ମଙ୍ଗଳବାର ରାଶିଫଳ ( ୩୦-୦୯-୨୦୨୫ )

Deviprasad Mohanty Picture
Published On

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। 

ବୃଷ: ବନ୍ଧୁଙ୍କ ସହଯୋଗ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିପାରେ। ଦୀର୍ଘ ଦିନର ଆଶା ପୂରଣ ହେବ।  

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। 

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ଆୟ ଓ ବ୍ୟୟ ସମାନ ରହିବ। 

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ବନ୍ଧୁ ମିଳନ ଯୋଗ ରହିଛି।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ।  ପରିବାର ସହିତ ହସଖୁସିର ସମୟ ବିତାଇବେ। 

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହୋଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ। 

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଦାନ ଧର୍ମ କରନ୍ତୁ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।  ଉଧାର ଟଙ୍କା ଫେରି ପାଇବେ। 

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଉଧାର ଟଙ୍କା ଫେରି ପାଇବେ। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। 

About The Author