ବୁଧବାର ରାଶିଫଳ (୦୩-୦୯-୨୦୨୫)
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଚାନକ ଖୁସି ଖବର ପାଇପାରନ୍ତି। ଧନ ବୃଦ୍ଧି ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବୃଷ: ମାନ ସମ୍ମାନ ବୃଦ୍ଧି ପାଇବ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ […]
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଚାନକ ଖୁସି ଖବର ପାଇପାରନ୍ତି। ଧନ ବୃଦ୍ଧି ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବୃଷ: ମାନ ସମ୍ମାନ ବୃଦ୍ଧି ପାଇବ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ।
ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ। ବ୍ୟବସାୟରୁ ଲାଭ ମିଳିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ମନ ପ୍ରସନ୍ନ ରହିବ।
କର୍କଟ: ଅଫିସ୍ କାମରେ ବ୍ୟସ୍ତ ରହିପାରନ୍ତି। ଅତିରିକ୍ତ ଦାୟିତ୍ବ ତୁଲାଇବେ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କଳା ଓ ସମ୍ମାନରେ ସମ୍ମାନିତ ହୋଇପାରନ୍ତି।
ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ସମାଜରେ ପ୍ରତିଷ୍ଠା ବଢ଼ିବ। ନୃତ୍ୟଶିଳ୍ପୀଙ୍କ ପାଇଁ ଦିନଟି ଭଲ।
କନ୍ୟା: ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ଅଫିସ୍ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ପୁରୁଣା ବନ୍ଧୁ ସହ ସାକ୍ଷାତ ହେବ।
ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟାର ସମାଧାନ ହେବ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଦାନ ଧର୍ମ କରନ୍ତୁ। ଗୁରୁଜନଙ୍କ ଆଦେଶ ପାଳନ କରିବେ। ସନ୍ତାନଙ୍କ ସଫଳତା ପାଇଁ ଖୁସି ହେବେ।
ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିବାହ ପ୍ରସ୍ତାବ ସ୍ଥିର ହୋଇପାରେ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ।
କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍ କାମ ସୂଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଲେଖାଲେଖି ପ୍ରତି ରୁଚି ବଢ଼ିବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ।
ମୀନ: କଥା ଓ କାମ ମଧ୍ୟରେ ଲୋକଙ୍କୁ ପ୍ରଭାବିତ କରିବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।






