Wednesday Horoscope: ବୁଧବାର ରାଶିଫଳ ( ୦୬-୦୫-୨୦୨୬)

ମେଷ: ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ। ଅଚାନକ ଖୁସି ଖବର ପାଇବେ । ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। 

ବୃଷ: ଦିନଟି ବ୍ୟସ୍ତ ଭିତରେ ବିତିବ। ଦୀର୍ଘ ଦିନର ଅପେକ୍ଷାର ଫଳ ମିଳିବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଦୂରସ୍ଥାନକୁ ଯାତ୍ରା ଯୋଗ ଅଛି।  

ମିଥୁନ: ସାମାଜିକ କାର୍ଯ୍ୟରେ ସାମିଲ ରହିପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ। ଲୋକସମ୍ପର୍କ ବୃଦ୍ଧି ପାଇବ। ନୂତନ ଯାନବାହନ କିଣିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

କର୍କଟ: ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିପାରେ। ଉଧାର ଟଙ୍କା ଫେରି ପାଇବେ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ସିଂହ: ଅଫିସ୍‌ କାମ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଜୀବନସାଥୀଙ୍କ ସହଯୋଗ ମିଳିପାରେ। ପୁରୁଣା ନିବେଶରୁ ଲାଭ ମିଳିପାରେ। 

କନ୍ୟା: ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ଘରେ ପୂଜାପାଠ ଆୟୋଜନ କରିବେ। ମାନସମ୍ମାନ ବୃଦ୍ଧି ପାଇବ। ଦାନ ଧର୍ମ କରନ୍ତୁ।  

ତୁଳା: ଆଜି ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିପାରେ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିପାରେ । ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିପାରେ। ଭାଇ –ଭାଇ ମଧ୍ୟରେ କଳହ ଦେଖାଦେବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।  

କୁମ୍ଭ: ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ। ମାନ ସମ୍ମାନ ବୃଦ୍ଧି ପାଇବ। ବିବାହ ସମସ୍ୟାର ସମାଧାନ ହେବ। ଭାବି ଚିନ୍ତି ଖର୍ଚ୍ଚ କରନ୍ତୁ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ଅଛି। 

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ଉଧାର ଟଙ୍କା ଫେରିପାଇବେ।

About The Author: Madhusudan Das