ମେଷ : ବହୁଚେଷ୍ଟା ସତ୍ତ୍ବେ ଅସଫଳ ହେବେ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।
ବୃଷ : ନିଜର ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ରାଜନୀତିରେ ସକ୍ରିୟ ଭୂମିକା ରହିବ। ମହିଳାମାନେ ବୁଦ୍ଧିମତାର ପରିଚୟ ଦେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଆଶାଜନକ ଫଳ ମିଳିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।
ମିଥୁନ : ସମସ୍ୟାରୁ ମୁକ୍ତି ପାଇବେ। ପଡ଼ୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉଚ୍ଚମନା ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ୍।
କର୍କଟ : କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ହର୍ଷୋଲ୍ଲାସରେ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ଲାଲ୍।
ସିଂହ : ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ।
କନ୍ୟା : ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ଧଳା।
ତୁଳା : କର୍ମକ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ। ସାଂସାରିକ ସୁଖ ଶାନ୍ତି ମିଳିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା।
ବିଛା : ଯୋଜନା ଅସଫଳ ହେବ। ରାଜନୀତିରେ ସମସ୍ୟା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ରହିବ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ- ପିଙ୍କ୍।
ଧନୁ : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସ୍ଥାନାନ୍ତର ହୋଇପାରେ। ମହିଳାମାନେ ନିରାଶ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାନ୍ତି। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
ମକର : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ନୀଳ।
କୁମ୍ଭ : ପରିଶ୍ରମର ଫଳ ମିଳିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିେବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ମୀନ : ଅସ୍ଥିରତା କାରଣରୁ କାର୍ଯ୍ୟରେ ତ୍ରୁଟି କରିପାରନ୍ତି। ରାଜନୀତିରେ ଅଶାନ୍ତ ପରିସ୍ଥିତି ରହିପାରେ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୯,ଶୁଭ ରଙ୍ଗ- ମେରୁନ୍।