କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

Madhusudan Das Picture
Published On

ମେଷ: ରବି, ସୋମବାରରେ ସକାରାତ୍ମକ ଭାବନା ସହ କାର୍ଯ୍ୟ କରିବେ। ପ୍ରିୟଜନଙ୍କ କଥାକୁ ଗୁରୁତ୍ବ ଦେବେ। ମଙ୍ଗଳ, ବୁଧ, ଗୁରୁବାରରେ କଠୋର ପରିଶ୍ରମ ଓ ଧୈର୍ଯ୍ୟ ଶକ୍ତି  ପାଇଁ ସଫଳତା ପାଇବେ। ଶୁକ୍ର, ଶନିବାରରେ ଅନ୍ୟର କଥାରେ ମୁଣ୍ଡ ପୂରାନ୍ତୁ ନାହିଁ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୪-୦୨-୨୦୨୬)

ବୃଷ: ରବି, ସୋମବାରରେ  ସାମାଜିକ ସମାବେଶରେ ସାହାଯ୍ୟ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସାର ଅଧିକାରୀ ହେବେ। ମଙ୍ଗଳ, ବୁଧ, ଗୁରୁବାରରେ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ। ଶୁକ୍ର, ଶନିବାରରେ କୋର୍ଟକଚେରୀ ମାମଲାରେ ପଡ଼ିଯାଇପାରନ୍ତି।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୨-୨୦୨୬ )

ମିଥୁନ: ରବି, ସୋମବାରରେ ଅନିଶ୍ଚିତ ଭବିଷ୍ୟତ ପାଇଁ ଅବସାଦରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ମଙ୍ଗଳ, ବୁଧ, ଗୁରୁବାରରେ ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଶୁକ୍ର, ଶନିବାରରେ ଆର୍ଥିକ କ୍ଷେତ୍ରରେ ଅବନତି ପରିଲକ୍ଷିତ ହୋଇପାରେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୨-୨୦୨୬)

କର୍କଟ: ରବି, ସୋମବାରରେ  ବିଭିନ୍ନ କ୍ଷେତ୍ରରୁ ସାହାଯ୍ୟ ପାଇବେ। ପରିସ୍ଥିତି ସହ ଖାପଖୁଆଇ ଚଳିବେ। ମଙ୍ଗଳ, ବୁଧ, ଗୁରୁବାରରେ ଆର୍ଥିକ କ୍ଷେତ୍ରରେ ସ୍ବଚ୍ଛଳତା ଦେଖାଦେବ । ବ୍ୟବସାୟ ପ୍ରସାରିତ ହୋଇପାରେ। ଶୁକ୍ର,ଶନିବାରରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଅଟକି ଯାଇପାରେ ।

ସିଂହ: ରବି, ସୋମବାରରେ ନିଜ ପ୍ରତିଭାର ପ୍ରଦର୍ଶନ କରିବେ। ଦୀର୍ଘ ଦିନର ଯୋଜନାରେ ସଫଳତା ପାଇବେ। ମଙ୍ଗଳ, ବୁଧ, ଗୁରୁବାରରେ କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହଯୋଗ ପାଇବେ। ଅର୍ଥହାନିର ଶିକାର ହୋଇପାରନ୍ତି। ଶୁକ୍ର, ଶନିବାରରେ ସମାଜରେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। 

କନ୍ୟା: ରବି,ସୋମବାରରେ  ପରିଶ୍ରମ ମୁତାବକ ଫଳପ୍ରାପ୍ତି । ପରିବାର ସହ ଦୂରଯାତ୍ରା ଯୋଗ ରହିଛି। ମଙ୍ଗଳ, ବୁଧ, ଗୁରୁବାରରେ ଅବହେଳାର ଶିକାର ହେବେ । ଅତ୍ୟଧିକ କାର୍ଯ୍ୟ କରି ଅସୁସ୍ଥ ମନେ କରିବେ। ଶୁକ୍ର,ଶନିବାରରେ ବନ୍ଧୁଙ୍କଠାରୁ ଆର୍ଥିକ ସହଯୋଗ ପାଇବେ। 

ତୁଳା: ରବି, ସୋମବାରରେ  ପାରିବାରିକ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ରହିଛି। ମଙ୍ଗଳ, ବୁଧ,ଗୁରୁବାରରେ ନୂତନ ନିବେଶ କରି ଲାଭାନ୍ବିତ ହେବେ। ବ୍ୟବସାୟ ସମ୍ବନ୍ଧରେ ଦୂରଯାତ୍ରା କରିବେ। ଶୁକ୍ର, ଶନିବାରରେ ପୈତୃକ ସମ୍ପତ୍ତିରେ ଭାଗୀଦାରୀ ହେବେ।

ବିଛା: ରବି, ସୋମବାରରେ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। କର୍ମକ୍ଷେତ୍ରରେ ଦାୟିତ୍ବଭାର ବଢ଼ିପାରେ। ମଙ୍ଗଳ, ବୁଧ, ଗୁରୁବାରରେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଶୁକ୍ର, ଶନିବାରରେ ଅଭାବ ଓ ଅସୁବିଧା ଦେଖାଦେଇପାରେ।

ଧନୁ: ରବି,ସୋମବାରରେ ନିଜ ବ୍ୟବହାର ପାଇଁ ପ୍ରଶଂସିତ ହେବେ। ମହିଳାମାନେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ମଙ୍ଗଳ, ବୁଧ, ଗୁରୁବାରରେ କୌଣସି ଗୁରୁତ୍ବପୂର୍ଣ୍ଣ କଥାକୁ ନେଇ ଦ୍ବନ୍ଦ୍ବରେ ପଡ଼ିପାରନ୍ତି। ଶୁକ୍ର, ଶନିବାରରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ପାଇଁ ସଠିକ୍‌ ମାର୍ଗ ଅନୁସରଣ କରିବେ। 

ମକର: ରବି, ସୋମବାରରେ ସାମାଜିକ କାର୍ଯ୍ୟରେ ରୁଚି ବଢ଼ିବ। ମଙ୍ଗଳ, ବୁଧ, ଗୁରୁବାରରେ  କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇପାରେ। ଅର୍ଥହାନି ଯୋଗ ରହିଛି। ଶୁକ୍ର, ଶନିବାରରେ ମନୋରଞ୍ଜନ କାର୍ଯ୍ୟରେ ମଜ୍ଜି ରହିବେ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ଫଳାଫଳ କରିବେ। 

କୁମ୍ଭ: ରବି, ସୋମବାରରେ ଅନିଶ୍ଚିତ ଭବିଷ୍ୟତ ପାଇଁ ଅବସାଦରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ମଙ୍ଗଳ, ବୁଧ, ଗୁରୁବାରରେ ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଶୁକ୍ର, ଶନିବାରରେ ଆର୍ଥିକ କ୍ଷେତ୍ରରେ ଅବନତି ପରିଲକ୍ଷିତ ହୋଇପାରେ।

ମୀନ: ରବି, ସୋମବାରରେ ଆଶାବାଦୀ ଓ ଉତ୍ସାହିତ ରହିବେ। ମଙ୍ଗଳ, ବୁଧ, ଗୁରୁବାରରେ ବିବାଦୀୟ ସ୍ଥିତିରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନରେ ଶାନ୍ତି ରହିବ। ଶୁକ୍ର, ଶନିବାରରେ ଅର୍ଥ ଆଗମନର ସୂଚନା ପାଇବେ। ନୂତନ ନିବେଶ ପାଇଁ ଅନୁଭବୀଙ୍କ ପରାମର୍ଶ ଲୋଡ଼ିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp