ସହଜ ହେବ ବନ୍ଦୋବସ୍ତ ପୂର୍ବ ଦଲିଲ୍‌ର ପଟ୍ଟା ପାଇବା, ତହସିଲ୍‌ରେ ହେବ ଜମି ପଟ୍ଟା ସଂଶୋଧନ...

ନିୟମର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Deviprasad Mohanty Picture
Published On

 ଭୁବନେଶ୍ୱର: ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍‌ସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହି ଅନୁମୋଦନ ପରେ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ପଡ଼ିରହିଥିବା ଅନେକ ମାମଲା ତହସିଲ୍‌ ଅଫିସରେ ସମାଧାନ ହେବାର ବାଟ ଫିଟିଛି। ଏଣିକି ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣାଯାଇଥିବା ଜମିର ପଟ୍ଟା ତହସିଲ ଅଫିସ୍‌ରେ ମିଳିପାରିବ। ତହସିଲମାନେ କ୍ରେତାଙ୍କ ଉପଯୁକ୍ତ କାଗଜପତ୍ର ଯାଞ୍ଚ କରିବା ପରେ ଏହି ପଟ୍ଟା ପ୍ରଦାନ କରିପାରିବେ। ଏହାଦ୍ୱାରା ରାଜ୍ୟର ଅନେକ ପୁରୁଣା ଜମିର ମାଲିକମାନେ ପଟ୍ଟା ପାଇପାରିବେ। 

ଆହୁରି ପଢ଼ନ୍ତୁ: ବିଜେଡିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ

ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା ବନ୍ଦୋବସ୍ତ ଅଧିକାରୀ କ୍ରେତାଙ୍କ ନାମରେ କରନ୍ତି। କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନ ଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ୍‌ କରିଥାନ୍ତି।  ଏହି ଅପିଲଗୁଡିକ ବର୍ଷ ବର୍ଷ ଧରି ଫଇସଲା ନ ହୋଇ ପଡି ରହିଥାଏ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ଉପରୋକ୍ତ ରୁଲ୍‌ ସଂଶୋଧନ ଦ୍ୱାରା ବର୍ତ୍ତମାନ ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ। ଏହାଦ୍ୱାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ। ସେମାନଙ୍କୁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ହେବନାହିଁ।

ଆହୁରି ପଢ଼ନ୍ତୁ: କାଳବୈଶାଖୀ ପ୍ରଭାବରେ ଟ୍ୱିନସିଟିର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା

13 Nov 2025 By Deviprasad Mohanty

ସହଜ ହେବ ବନ୍ଦୋବସ୍ତ ପୂର୍ବ ଦଲିଲ୍‌ର ପଟ୍ଟା ପାଇବା, ତହସିଲ୍‌ରେ ହେବ ଜମି ପଟ୍ଟା ସଂଶୋଧନ...

ନିୟମର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

 ଭୁବନେଶ୍ୱର: ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍‌ସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହି ଅନୁମୋଦନ ପରେ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ପଡ଼ିରହିଥିବା ଅନେକ ମାମଲା ତହସିଲ୍‌ ଅଫିସରେ ସମାଧାନ ହେବାର ବାଟ ଫିଟିଛି। ଏଣିକି ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣାଯାଇଥିବା ଜମିର ପଟ୍ଟା ତହସିଲ ଅଫିସ୍‌ରେ ମିଳିପାରିବ। ତହସିଲମାନେ କ୍ରେତାଙ୍କ ଉପଯୁକ୍ତ କାଗଜପତ୍ର ଯାଞ୍ଚ କରିବା ପରେ ଏହି ପଟ୍ଟା ପ୍ରଦାନ କରିପାରିବେ। ଏହାଦ୍ୱାରା ରାଜ୍ୟର ଅନେକ ପୁରୁଣା ଜମିର ମାଲିକମାନେ ପଟ୍ଟା ପାଇପାରିବେ। 

ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା ବନ୍ଦୋବସ୍ତ ଅଧିକାରୀ କ୍ରେତାଙ୍କ ନାମରେ କରନ୍ତି। କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନ ଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ୍‌ କରିଥାନ୍ତି।  ଏହି ଅପିଲଗୁଡିକ ବର୍ଷ ବର୍ଷ ଧରି ଫଇସଲା ନ ହୋଇ ପଡି ରହିଥାଏ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ଉପରୋକ୍ତ ରୁଲ୍‌ ସଂଶୋଧନ ଦ୍ୱାରା ବର୍ତ୍ତମାନ ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ। ଏହାଦ୍ୱାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ। ସେମାନଙ୍କୁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ହେବନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର