ବିଧାନସଭାରେ ଏସସିବି ନିଆଁ ତାତି: ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ

Madhusudan Das Picture
Published On

ଭୁବନେଶ୍ୱର: ବିଧାନସଭାରେ ଏସସିବି ନିଆଁ ତାତି । ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଶୂନ୍ୟକାଳରେ କଟକ ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇଥିଲେ ନବୀନ। ସେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କରିଛନ୍ତି। ସୁରକ୍ଷା ତଦାରଖରେ ଏହି ଭୟଙ୍କର ତ୍ରୁଟି ପାଇଁ ତାଙ୍କୁ ନୈତିକ ଦାୟିତ୍ୱ ନେବାକୁ ପଡିବ ବୋଲି ନବୀନ କହିଛନ୍ତି । ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟ ମନ୍ତ୍ରୀ। ରାଜ୍ୟ ସରକାରଙ୍କ ଅପାରଗତାରୁ କଟକ ଏସସିବିରେ ଅଗ୍ନିକାଣ୍ଡ ଘଟିଥିବା କହିଛନ୍ତି ନବୀନ। ଏହାସହ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି ନବୀନ । 

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସୂଚନାଯୋଗ୍ୟ, ଗତକାଲି କଟକ SCB ମେଡିକାଲର କାଜୁଆଲିଟି ବିଲ୍ଡିଙ୍ଗର ପ୍ରଥମ ମହଲାରେ ଥିବା ଆଇସିୟୁରେ ସର୍ଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟି ୧୧ ଜଣଙ୍କ ମୃତ୍ୟୁ ହୋଇଥିଲା । ୧୧ ଜଣଙ୍କ ମୃତ୍ୟୁର ଉତ୍ତରଦାୟିତ୍ବ ସରକାରଙ୍କୁ ନେବାକୁ ପଡ଼ିବ । ବିଜେଡି ଶାସନରେ ସମ୍ ହସ୍ପିଟାଲରେ ନିଆଁ ଲାଗିଥିଲା । ତତ୍ କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ନିଜ ଉପରକୁ ଦାୟିତ୍ବ ନେଇ ଇସ୍ତଫା ଦେଇଥିଲେ । ସେତେବେଳର ସ୍ବାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଇସ୍ତଫା ଦେଇଥିଲେ । ଗତକାଲି SCBରେ ଆହତଙ୍କୁ ଭେଟିଥିଲେ ବିରୋଧୀ ଦଳ ନେତା । 

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର