ସକାଳୁ ସକାଳୁ ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ, ଯାତାୟାତ ବାଧାପ୍ରାପ୍ତ

Madhusudan Das Picture
Published On

ଭୁବନେଶ୍ୱର: ସକାଳୁ ସକାଳୁ ଘନ କୁହୁଡିର ଆସ୍ତରଣ । ଆଜି ଭୋରରୁ ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଦିନ ସମୟରେ ଖରା, ରାତିରେ ଥଣ୍ଡା ସାଙ୍ଗକୁ ଭୋର ସମୟରେ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ବିଭିନ୍ନ ଅଞ୍ଚଳ । ଆଜି ସକାଳୁ କଟକ, ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଥିଲା । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ଶୂନ ରହିଥିଲା । ରାସ୍ତାଘାଟ ଦିଶୁନଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଶୀତର ପରିମାଣ କମ୍ ହୋଇଥିବାବେଳେ ମାତ୍ରାଧିକ କୁହୁଡ଼ି ଜନଜୀବନକୁ ବିଶେଷ ଭାବରେ ପ୍ରଭାବ ପକାଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି। ଏହା ସତ୍ତ୍ବେ ମଧ୍ୟ ଥଣ୍ଡା କିଛି ମାତ୍ରାରେ ଜାରି ରହିବା ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି।ପଶ୍ଚିମ ଓଡ଼ିଶାରେ ରାତି ତାପମାତ୍ରା ୧୫ ଡିଗ୍ରୀ ସହ ଫୁଲବାଣୀ ଓ ରାଉରକେଲାରେ ୧୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୩, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ ଓ କେନ୍ଦୁଝରରେ ୧୪ ଡିଗ୍ରୀ ରହିପାରେ। କିନ୍ତୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ୧୮ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ  ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

17 Feb 2026 By Madhusudan Das

ସକାଳୁ ସକାଳୁ ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ସକାଳୁ ସକାଳୁ ଘନ କୁହୁଡିର ଆସ୍ତରଣ । ଆଜି ଭୋରରୁ ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଦିନ ସମୟରେ ଖରା, ରାତିରେ ଥଣ୍ଡା ସାଙ୍ଗକୁ ଭୋର ସମୟରେ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ବିଭିନ୍ନ ଅଞ୍ଚଳ । ଆଜି ସକାଳୁ କଟକ, ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଥିଲା । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ଶୂନ ରହିଥିଲା । ରାସ୍ତାଘାଟ ଦିଶୁନଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଶୀତର ପରିମାଣ କମ୍ ହୋଇଥିବାବେଳେ ମାତ୍ରାଧିକ କୁହୁଡ଼ି ଜନଜୀବନକୁ ବିଶେଷ ଭାବରେ ପ୍ରଭାବ ପକାଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି। ଏହା ସତ୍ତ୍ବେ ମଧ୍ୟ ଥଣ୍ଡା କିଛି ମାତ୍ରାରେ ଜାରି ରହିବା ଆକଳନ କରାଯାଇଛି ।

ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି।ପଶ୍ଚିମ ଓଡ଼ିଶାରେ ରାତି ତାପମାତ୍ରା ୧୫ ଡିଗ୍ରୀ ସହ ଫୁଲବାଣୀ ଓ ରାଉରକେଲାରେ ୧୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୩, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ ଓ କେନ୍ଦୁଝରରେ ୧୪ ଡିଗ୍ରୀ ରହିପାରେ। କିନ୍ତୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ୧୮ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ  ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର