ଜନଗଣନାରେ ନିୟୋଜିତ ଘରୋଇ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

Madhusudan Das Picture
Published On

ଭୁବନେଶ୍ୱର: ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ନିଆଯିବ ଆକ୍ସନ୍ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ । ମନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଜନଗଣନା ୨୦୨୭ କାର୍ଯ୍ୟରେ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କ ଅନିର୍ବାଯ୍ୟ ସାମିଲ୍ ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ । କିଛି ସ୍କୁଲ୍‌ କର୍ତ୍ତୃପକ୍ଷ ଶିକ୍ଷକଙ୍କୁ ରିଲିଜ୍‌ କରୁନଥିବା ନଜରକୁ ଆସିଛି । ଏନେଇ କଡ଼ା ନିର୍ଦ୍ଦେଶ ଜାରି କରିଛି ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ । ‘ସେନସସ୍ ଆକ୍ଟ-୧୯୪୮’ ଅନୁସାରେ ଜନଗଣନା କାର୍ଯ୍ୟ ବାଧ୍ୟତାମୂଳକ । ଜନଗଣନାରେ ନିଯୁକ୍ତ ଶିକ୍ଷକ, କର୍ମଚାରୀଙ୍କୁ ରିଲିଭ୍ କରିବା ବାଧ୍ୟତାମୂଳକ । ଅଯଥାରେ ଜନଗଣନା କାମରୁ ଶିକ୍ଷକଙ୍କୁ ବଞ୍ଚିତ କରାଯିବ ନାହିଁ । ନିର୍ଦ୍ଦେଶକୁ ଅମାନ୍ୟ କଲେ ସ୍କୁଲ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ । 

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ସରକାରୀ ଓ ବେସରକାରୀ ସ୍କୁଲକୁ ତୁରନ୍ତ ନିର୍ଦ୍ଦେଶ ଜାରି କରିବାକୁ କୁହାଯାଇଛି । କିଛି ଘରୋଇ ସ୍କୁଲ କର୍ତ୍ତୃପକ୍ଷ ନିଜ ଶିକ୍ଷକମାନଙ୍କୁ ଜନଗଣନା କାର୍ଯ୍ୟ ପାଇଁ ଛାଡୁନଥିବା ନେଇ ସରକାରଙ୍କ ପାଖରେ ଅଭିଯୋଗ ହୋଇଥିଲା । ଏହାକୁ ଗମ୍ଭୀରତାର ସହ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ତ୍ରୁଟି ପ୍ରତିବାଦରେ ନବରଙ୍ଗପୁରରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ପାଳନ

06 May 2026 By Madhusudan Das

ଜନଗଣନାରେ ନିୟୋଜିତ ଘରୋଇ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ନିଆଯିବ ଆକ୍ସନ୍ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ । ମନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଜନଗଣନା ୨୦୨୭ କାର୍ଯ୍ୟରେ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କ ଅନିର୍ବାଯ୍ୟ ସାମିଲ୍ ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ । କିଛି ସ୍କୁଲ୍‌ କର୍ତ୍ତୃପକ୍ଷ ଶିକ୍ଷକଙ୍କୁ ରିଲିଜ୍‌ କରୁନଥିବା ନଜରକୁ ଆସିଛି । ଏନେଇ କଡ଼ା ନିର୍ଦ୍ଦେଶ ଜାରି କରିଛି ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ । ‘ସେନସସ୍ ଆକ୍ଟ-୧୯୪୮’ ଅନୁସାରେ ଜନଗଣନା କାର୍ଯ୍ୟ ବାଧ୍ୟତାମୂଳକ । ଜନଗଣନାରେ ନିଯୁକ୍ତ ଶିକ୍ଷକ, କର୍ମଚାରୀଙ୍କୁ ରିଲିଭ୍ କରିବା ବାଧ୍ୟତାମୂଳକ । ଅଯଥାରେ ଜନଗଣନା କାମରୁ ଶିକ୍ଷକଙ୍କୁ ବଞ୍ଚିତ କରାଯିବ ନାହିଁ । ନିର୍ଦ୍ଦେଶକୁ ଅମାନ୍ୟ କଲେ ସ୍କୁଲ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ । 

ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ସରକାରୀ ଓ ବେସରକାରୀ ସ୍କୁଲକୁ ତୁରନ୍ତ ନିର୍ଦ୍ଦେଶ ଜାରି କରିବାକୁ କୁହାଯାଇଛି । କିଛି ଘରୋଇ ସ୍କୁଲ କର୍ତ୍ତୃପକ୍ଷ ନିଜ ଶିକ୍ଷକମାନଙ୍କୁ ଜନଗଣନା କାର୍ଯ୍ୟ ପାଇଁ ଛାଡୁନଥିବା ନେଇ ସରକାରଙ୍କ ପାଖରେ ଅଭିଯୋଗ ହୋଇଥିଲା । ଏହାକୁ ଗମ୍ଭୀରତାର ସହ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର