କୋଭିଡ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ କଟକ ମହାନଗର ନିଗମକୁ ୧୦ କୋଟି

The Sakala Picture
Published On

ଭୁବନେଶ୍ୱର: କରୋନାକୁ ପ୍ରତିହତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି । କଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବାରୁ ସେଠାରେ ପରିଚାଳନାକୁ ପରିପୃଷ୍ଟ କରିବାକୁ ଅଣ୍ଟା ଭିଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ମହାନଗର ନିଗମକୁ ଏଥିପାଇଁ ୧୦ କୋଟି ଟଙ୍କାର ଆର୍ଥିକ ସହୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଯେପରି କଟକରେ କୋଭିଡ ମୁକାବିଲା ସଠିକ […]

ଭୁବନେଶ୍ୱର: କରୋନାକୁ ପ୍ରତିହତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି । କଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବାରୁ ସେଠାରେ ପରିଚାଳନାକୁ ପରିପୃଷ୍ଟ କରିବାକୁ ଅଣ୍ଟା ଭିଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ମହାନଗର ନିଗମକୁ ଏଥିପାଇଁ ୧୦ କୋଟି ଟଙ୍କାର ଆର୍ଥିକ ସହୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଇତିହାସ ରଚିଲେ ଏଲନ ମସ୍କ: ମୋଟ ସମ୍ପତ୍ତି ୮୦୦ ବିଲିୟନ ଡଲାର ପାର୍

10 crore to CMC

ଆହୁରି ପଢ଼ନ୍ତୁ: ନିଜ ବନ୍ଧୁକରେ ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ପୋଲିସ କନେଷ୍ଟବଳ !

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଯେପରି କଟକରେ କୋଭିଡ ମୁକାବିଲା ସଠିକ ଏବଂ ସମନ୍ୱୟ ଭାବେ କରାଯିବ, ବେଡ ଠାରୁ ଆରମ୍ଭ କରି କୋଭିଡ ପରିଚାଳନାର ସମସ୍ତ ମୌଳିକ ସୁବିଧା ରହିପାରିବ ସେନେଇ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଏଣିକି ହ୍ୱାଟସଆପରେ ମିଳିବ ରାଜସ୍ବ ସେବା, 'ଆମ ସାଥୀ ୟୁନିଫାଏଡ୍‌ ହ୍ବାଟ୍ସଆପ୍‌ ବଟ’ ଶୁଭାରମ୍ଭ

ଆଜି କଟକ ମହାନଗର ନିଗମକୁ ପ୍ରଦାନ କରାଯାଇଥିବା ୧୦ କୋଟି ଟଙ୍କା କୋଭିଡ ପରିଚାଳନାରେ ଖର୍ଚ୍ଚ ହେବ । ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୧୦ କୋଟି ପ୍ରଦାନ କରିଥିଲେ । ସହରରେ ଦୈନିକ ସଂକ୍ରମଣ ସଂଖ୍ୟା ବୃଦ୍ଧି ଘଟୁଥିବା ବେଳେ ଏହାକୁ କିପରି ରୋକି ହେବ, କିପରି କୋଭିଡ ପରିଚାଳନାରେ କୌଣସି ମଧ୍ୟ ସାମାନ୍ୟ ଅବହେଳା ନେହବ । ସେନେଇ ଗୁରୁତ୍ୱ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp