ସୁନ୍ଦରଗଡ଼ରେ ଆଉ ୧୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ପଜିଟିଭ ସଂଖ୍ୟା ୨୨୧କୁ ବୃଦ୍ଧି

The Sakala Picture
Published On

ସୁନ୍ଦରଗଡ଼: ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୧ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୦ ପଜିଟିଭ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧କୁ ବୃଦ୍ଧି ହୋଇଛି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି। ସଂକ୍ରମଣ ରୋକିବା […]

ସୁନ୍ଦରଗଡ଼: ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୧ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୦ ପଜିଟିଭ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧କୁ ବୃଦ୍ଧି ହୋଇଛି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଆ ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି। ଅନ୍ୟପଟେ ଆଶା, ଅଙ୍ଗନବାଡ଼ି କର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ, ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ ପାଇଛି। ଯଥେଷ୍ଟ ଔଷଧ ମହଜୁଦ ରହିଛି । ଭୟ କରିବାର କିଛି ନାହିଁ ବୋଲି କହିଛନ୍ତି ସିଡିଏମଓ ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର