ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ, ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଚଳିତ ଆର୍ଥିକ ବର୍ଷରେ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ଼ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡ଼କ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟର ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ, ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ […]

ଭୁବନେଶ୍ବର : ଚଳିତ ଆର୍ଥିକ ବର୍ଷରେ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ଼ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡ଼କ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟର ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ, ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି ବୋଲି ଆସ୍କାରେ କଇଁଫୁଲିଆ ହାଇଲେବଲ୍ ସେତୁର ଉଦଘାଟନ ବେଳେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟ ଯୁଦ୍ଧର ଆଳ ଦେଖାଇ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି କରି ରାଜ୍ୟବାସୀଙ୍କୁ ଶୋଷୁଛନ୍ତି ସରକାର: ବିଜେଡି

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ଥାନାରେ ଥାର୍ଡ ଡିଗ୍ରି, ନିଲମ୍ୱିତ ହେଲେ ତାଳଚୁଆ ମେରାଇନ୍ ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନା

ଆସ୍କାର କଇଁଫୁଲିଆ ଠାରେ ବ୍ରିଟିଶ ସମୟରେ ଦୁଇଟି ପୁରୁଣା ସେତୁ ସ୍ଥାନରେ ନୂଆସେତୁ ନିର୍ମାଣ କରାଯାଇଛି । ଏହି ସେତୁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ଗୁରୁତ୍ବପୂର୍ଣ୍ଣ ସଂଯୋଗ ପଥ ଭାବେ କାର୍ଯ୍ୟ କରିବ । ଆସିକା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯାତାୟାତରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ନୂଆ ସେତୁ ଦ୍ବାରା ଗଞ୍ଜାମ ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ।

ଆହୁରି ପଢ଼ନ୍ତୁ: ଜେଏସଡବ୍ଲୁ ପ୍ଲାଣ୍ଟର ପୁନଃ ଶିଳାନ୍ୟାସ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାକୁ ଉଦ୍ଦିଷ୍ଟ: ବିଜେଡି

ଗଞ୍ଜାମ ଜିଲ୍ଲା ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର ।ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ୟ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି କହିଛନ୍ତି ନବୀନ । ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି। ସଡକ, ସେତୁ ନିର୍ମାଣରେ ବଡ ପରିବର୍ତ୍ତନ ଆସିଛି । ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଆଉ ଏଥିପାଇଁ ଖର୍ଚ୍ଚ ହେବ ୨୩୦୦ କୋଟି ଟଙ୍କା । ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟର ଭିତ୍ତିଭୂମି ଲୋକମାନଙ୍କର ସମ୍ପତ୍ତି । ଲୋକଙ୍କ ଟଙ୍କାରେ, ଲୋକଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଲୋକେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ।

ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । କହିଛନ୍ତି, ବିପଦ ଏବେ ବି ଯାଇନାହିଁ । ଦ୍ବିତୀୟ ଲହରର ଭୟ ରହିଛି । ତେଣୁ ସମସ୍ତେ କୋଭିଡ ନିୟମ ପାଳନ କରନ୍ତୁ । ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ଼ ଜାଗାରେ ସାମାଜିକ ଦୂରତା ରଖିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

03 Apr 2021 By The Sakala

ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ, ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚଳିତ ଆର୍ଥିକ ବର୍ଷରେ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ଼ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡ଼କ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟର ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ, ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି ବୋଲି ଆସ୍କାରେ କଇଁଫୁଲିଆ ହାଇଲେବଲ୍ ସେତୁର ଉଦଘାଟନ ବେଳେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆସ୍କାର କଇଁଫୁଲିଆ ଠାରେ ବ୍ରିଟିଶ ସମୟରେ ଦୁଇଟି ପୁରୁଣା ସେତୁ ସ୍ଥାନରେ ନୂଆସେତୁ ନିର୍ମାଣ କରାଯାଇଛି । ଏହି ସେତୁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ଗୁରୁତ୍ବପୂର୍ଣ୍ଣ ସଂଯୋଗ ପଥ ଭାବେ କାର୍ଯ୍ୟ କରିବ । ଆସିକା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯାତାୟାତରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ନୂଆ ସେତୁ ଦ୍ବାରା ଗଞ୍ଜାମ ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ।

ଗଞ୍ଜାମ ଜିଲ୍ଲା ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର ।ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ୟ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି କହିଛନ୍ତି ନବୀନ । ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି। ସଡକ, ସେତୁ ନିର୍ମାଣରେ ବଡ ପରିବର୍ତ୍ତନ ଆସିଛି । ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଆଉ ଏଥିପାଇଁ ଖର୍ଚ୍ଚ ହେବ ୨୩୦୦ କୋଟି ଟଙ୍କା । ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟର ଭିତ୍ତିଭୂମି ଲୋକମାନଙ୍କର ସମ୍ପତ୍ତି । ଲୋକଙ୍କ ଟଙ୍କାରେ, ଲୋକଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଲୋକେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ।

ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । କହିଛନ୍ତି, ବିପଦ ଏବେ ବି ଯାଇନାହିଁ । ଦ୍ବିତୀୟ ଲହରର ଭୟ ରହିଛି । ତେଣୁ ସମସ୍ତେ କୋଭିଡ ନିୟମ ପାଳନ କରନ୍ତୁ । ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ଼ ଜାଗାରେ ସାମାଜିକ ଦୂରତା ରଖିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର