ରାଜ୍ୟ କ୍ୟାବିନେଟରେ ୧୧ଟି ପ୍ରସ୍ତାବ ଉପରେ ବାଜିଲା ମୋହର, ଅନ୍ତୋଦ୍ୟୟ ଗୃହ ଯୋଜନାରେ ଲୋକଙ୍କୁ ମିଳିବ ପକ୍କା ଘର..

The Sakala Picture
Published On

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ  ୧୧ ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଦେବେ ରାଜ୍ୟ ସରକାର। ହିତାଧିକାରୀଙ୍କୁ ଘର ପାଇଁ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା। ପ୍ରାକୃତିକ ଏବଂ ମନୁଷ୍ୟକୃତ କ୍ଷତି ଏବଂ ବିସ୍ଥାପିତ ଲୋକଙ୍କୁ ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ଲୋକଙ୍କୁ ବି […]

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ  ୧୧ ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଦେବେ ରାଜ୍ୟ ସରକାର। ହିତାଧିକାରୀଙ୍କୁ ଘର ପାଇଁ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା। ପ୍ରାକୃତିକ ଏବଂ ମନୁଷ୍ୟକୃତ କ୍ଷତି ଏବଂ ବିସ୍ଥାପିତ ଲୋକଙ୍କୁ ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ଲୋକଙ୍କୁ ବି ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ପରି ଏହି ଯୋଜନାରେ ବୋନସ ବ୍ୟବସ୍ଥା ଅଛି। ୪ ମାସ ଭିତରେ ଘର କାମ ସାରିଲେ ୨୦ ହଜାର ଓ ୬ ମାସରେ ସାରିଲେ ୧୦ ହଜାର ବୋନସ ପ୍ରଦାନ କରାଯିବ। ଏହି ଯୋଜନାରେ ୭୫୫୦ କୋଟି ଖର୍ଚ୍ଚ କରିବେ ସରକାର।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ସେହିପରି କ୍ରୀଡା ଭିତ୍ତିଭୂମି ପାଇଁ ୩୧୪ ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ। ଏଥି ପାଇଁ ସରକାର ନୂଆ ଯୋଜନା କରିଛନ୍ତି । ୧୨ ରୁ ୧୫ ଏକର ଜମିରେ ନିର୍ମାଣ ହେବ ଷ୍ଟାଡିୟନ। ଫୁଟବଲ, କ୍ରିକେଟ, ଆଥଲେଟ, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ। ଆସନ୍ତା ୫ ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି। NPS ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ। ୩ ଲକ୍ଷ ୩୩ ହଜାର ଅଧିକାରୀ ମାନେ ସେମାନେ ସ୍ଥିର କରିବେ NPS କି UPS ରେ ରହିବେ। ରାଜ୍ୟରେ ଡ୍ୟାମ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ ହେବ। ହୀରାକୁଦ ଡ୍ୟାମ ମରାମତି ଏବଂ ଉନ୍ନତିକରଣ ପାଇଁ ୩ ଟି ପ୍ରକଳ୍ପ କାର୍ଯ୍ୟ ହେବ। ଆସନ୍ତା ୬ ବର୍ଷରେ ଏହି କାମକୁ ସମ୍ପୂର୍ଣ୍ଣ କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

ଆଇନ ବିଭାଗରେ ନିଯୁକ୍ତି ପାଇଁ ୨୦୦୮ର ନିୟମ ସଂଶୋଧନ ହୋଇଥିବା ଜଣାପଡ଼ିଛି। ସେହିପରି ଅକ୍ଷୟ ଶକ୍ତି ୨୦୨୨ ନୀତିକୁ ସରଳିକରଣ ପାଇଁ ସଂଶୋଧିତ ହୋଇଛି।

୪ଟି ବଡ଼ ନଦୀରେ ବ୍ରିଜ ନିର୍ମାଣ ହେବ। ଭଦ୍ରକ ଚାନ୍ଦବାଲି ବୈତରଣୀ ନଦୀରେ ସେତୁ, ଆଳି ଓ ଚାନ୍ଦବାଲି ରାସ୍ତାରେ ସେତୁ, କଟକ ଚାନ୍ଦବାଲି ରାସ୍ତାର ଭାରିଗଦା ଠାରେ ସେତୁ ନିର୍ମାଣ ହେବ। ସେହିପରି ଝାରସୁଗୁଡା ଓ ବରଗଡ ମହାନଦୀ ଉପରେ ସେତୁ ନିର୍ମାଣ ହେବ। ୪ ବର୍ଷରେ କାମ ସାରିବାକୁ ସମୟ ଧାର୍ଯ୍ୟ କରାଯାଇଛି।

08 Feb 2025 By The Sakala

ରାଜ୍ୟ କ୍ୟାବିନେଟରେ ୧୧ଟି ପ୍ରସ୍ତାବ ଉପରେ ବାଜିଲା ମୋହର, ଅନ୍ତୋଦ୍ୟୟ ଗୃହ ଯୋଜନାରେ ଲୋକଙ୍କୁ ମିଳିବ ପକ୍କା ଘର..

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ  ୧୧ ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଦେବେ ରାଜ୍ୟ ସରକାର। ହିତାଧିକାରୀଙ୍କୁ ଘର ପାଇଁ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା। ପ୍ରାକୃତିକ ଏବଂ ମନୁଷ୍ୟକୃତ କ୍ଷତି ଏବଂ ବିସ୍ଥାପିତ ଲୋକଙ୍କୁ ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ଲୋକଙ୍କୁ ବି ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ପରି ଏହି ଯୋଜନାରେ ବୋନସ ବ୍ୟବସ୍ଥା ଅଛି। ୪ ମାସ ଭିତରେ ଘର କାମ ସାରିଲେ ୨୦ ହଜାର ଓ ୬ ମାସରେ ସାରିଲେ ୧୦ ହଜାର ବୋନସ ପ୍ରଦାନ କରାଯିବ। ଏହି ଯୋଜନାରେ ୭୫୫୦ କୋଟି ଖର୍ଚ୍ଚ କରିବେ ସରକାର।

ସେହିପରି କ୍ରୀଡା ଭିତ୍ତିଭୂମି ପାଇଁ ୩୧୪ ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ। ଏଥି ପାଇଁ ସରକାର ନୂଆ ଯୋଜନା କରିଛନ୍ତି । ୧୨ ରୁ ୧୫ ଏକର ଜମିରେ ନିର୍ମାଣ ହେବ ଷ୍ଟାଡିୟନ। ଫୁଟବଲ, କ୍ରିକେଟ, ଆଥଲେଟ, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ। ଆସନ୍ତା ୫ ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି। NPS ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ। ୩ ଲକ୍ଷ ୩୩ ହଜାର ଅଧିକାରୀ ମାନେ ସେମାନେ ସ୍ଥିର କରିବେ NPS କି UPS ରେ ରହିବେ। ରାଜ୍ୟରେ ଡ୍ୟାମ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ ହେବ। ହୀରାକୁଦ ଡ୍ୟାମ ମରାମତି ଏବଂ ଉନ୍ନତିକରଣ ପାଇଁ ୩ ଟି ପ୍ରକଳ୍ପ କାର୍ଯ୍ୟ ହେବ। ଆସନ୍ତା ୬ ବର୍ଷରେ ଏହି କାମକୁ ସମ୍ପୂର୍ଣ୍ଣ କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

ଆଇନ ବିଭାଗରେ ନିଯୁକ୍ତି ପାଇଁ ୨୦୦୮ର ନିୟମ ସଂଶୋଧନ ହୋଇଥିବା ଜଣାପଡ଼ିଛି। ସେହିପରି ଅକ୍ଷୟ ଶକ୍ତି ୨୦୨୨ ନୀତିକୁ ସରଳିକରଣ ପାଇଁ ସଂଶୋଧିତ ହୋଇଛି।

୪ଟି ବଡ଼ ନଦୀରେ ବ୍ରିଜ ନିର୍ମାଣ ହେବ। ଭଦ୍ରକ ଚାନ୍ଦବାଲି ବୈତରଣୀ ନଦୀରେ ସେତୁ, ଆଳି ଓ ଚାନ୍ଦବାଲି ରାସ୍ତାରେ ସେତୁ, କଟକ ଚାନ୍ଦବାଲି ରାସ୍ତାର ଭାରିଗଦା ଠାରେ ସେତୁ ନିର୍ମାଣ ହେବ। ସେହିପରି ଝାରସୁଗୁଡା ଓ ବରଗଡ ମହାନଦୀ ଉପରେ ସେତୁ ନିର୍ମାଣ ହେବ। ୪ ବର୍ଷରେ କାମ ସାରିବାକୁ ସମୟ ଧାର୍ଯ୍ୟ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର