ରାସ୍ତା ପାଇଁ ପ୍ରତି କିଲୋମିଟର ପିଛା ଖର୍ଚ୍ଚ ହୋଇଛି ୧୧ ଲକ୍ଷ ୬୨ ହଜାର ଟଙ୍କା

The Sakala Picture
Published On

ଭୁବନେଶ୍ୱର: ତୃତୀୟ ଦିନରେ ସ୍ୱାଭାବିକ ଚାଲିଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ପ୍ରଶ୍ନକାଳରେ ଗ୍ରାମ୍ୟ ଉନ୍ନୟନ ବିଭାଗର କାମ ନେଇ ଆଲୋଚନା ହୋଇଛି । ପୂର୍ତ୍ତ ବିଭାଗକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଟ୍ରାନସଫରରେ ସମସ୍ୟା ଏବଂ ଗାଁ ରାସ୍ତାଗୁଡ଼ିକ ଦୀର୍ଘଦିନ ଧରି ମରାମତି ହେଉନଥିବାରୁ ବିଧାୟକମାନେ ଗୃହରେ ଏ ନେଇ ପ୍ରଶ୍ନ ଉଠାଇଥିଲେ । ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଉତ୍ତର ରଖି କହିଛନ୍ତି ଯେ, ରାଜ୍ୟରେ ୧ ଲକ୍ଷ ୩ହଜାର ୭୩୧କିଲୋମିଟର ଆରଡି […]

ଭୁବନେଶ୍ୱର: ତୃତୀୟ ଦିନରେ ସ୍ୱାଭାବିକ ଚାଲିଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ପ୍ରଶ୍ନକାଳରେ ଗ୍ରାମ୍ୟ ଉନ୍ନୟନ ବିଭାଗର କାମ ନେଇ ଆଲୋଚନା ହୋଇଛି । ପୂର୍ତ୍ତ ବିଭାଗକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଟ୍ରାନସଫରରେ ସମସ୍ୟା ଏବଂ ଗାଁ ରାସ୍ତାଗୁଡ଼ିକ ଦୀର୍ଘଦିନ ଧରି ମରାମତି ହେଉନଥିବାରୁ ବିଧାୟକମାନେ ଗୃହରେ ଏ ନେଇ ପ୍ରଶ୍ନ ଉଠାଇଥିଲେ । ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଉତ୍ତର ରଖି କହିଛନ୍ତି ଯେ, ରାଜ୍ୟରେ ୧ ଲକ୍ଷ ୩ହଜାର ୭୩୧କିଲୋମିଟର ଆରଡି ରୋଡ୍‌ ଅଛି ।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

୨୦୨୧-୨୨ ଆର୍ଥିକ ବର୍ଷରେ ଏସବୁର ମରାମତି ପାଇଁ ୧ ହଜାର ୨୫୭ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି । ପ୍ରତି କିଲୋମିଟର ପିଛା ଖର୍ଚ୍ଚ ହୋଇଛି ୧୧ ଲକ୍ଷ ୬୨ ହଜାର ଟଙ୍କା । ସେହିପରି ପଞ୍ଚାୟତିରାଜ ବିଭାଗ ଅଧୀନରେ ଚାଲୁଥିବା ଜଳଜୀବନ ମିଶନ ନେଇ ମଧ୍ୟ ଆଲୋଚନା ହୋଇଛି । ଅନ୍ୟପଟେ ରାଜ୍ୟରେ ବେକାରୀ ସମସ୍ୟା ନେଇ କଂଗ୍ରେସ ଆଣିଥିବା ମୁଲତବି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ଅନ୍ୟପଟେ ଯେଉଁ ତଥ୍ୟ ଗତକାଲି ବିଧାୟକମାନଙ୍କୁ ଦିଆଯାଇନାହିଁ, ସେହି ବିଭାଗର ତଥ୍ୟ ଆଣି ବିଧାୟକମାନଙ୍କୁ ଯୋଗାଇ ଦେବା ପାଇଁ ବିଧାନସଭା ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ବୁକ ସର୍କୁଲାର ୪୭ ଉଲଂଘନ ନେଇ ରୁଲିଂ ଦେଇଛନ୍ତି ବାଚସ୍ପତି ।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର