ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ, ସୁନ୍ଦରଗଡ଼ରୁ ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ ଟାଇଫ୍‌ସ। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏଥିସହ ସଂଖ୍ୟା ୧୮୦ରେ ପହଞ୍ଚିଛି। ୫୪ଟି ନମୁନା ମଧ୍ୟରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫ ତାରିଖରେ ୭ ଚିହ୍ନଟ ହୋଇଥିଲେ। ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଛି। […]

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ ଟାଇଫ୍‌ସ। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏଥିସହ ସଂଖ୍ୟା ୧୮୦ରେ ପହଞ୍ଚିଛି। ୫୪ଟି ନମୁନା ମଧ୍ୟରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫ ତାରିଖରେ ୭ ଚିହ୍ନଟ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଛି। କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ ଏହି ସ୍କ୍ରବ୍ ଟାଇଫ୍‌ସ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି। ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ। କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ। ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର