ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡ
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଥାନା ଅନ୍ତର୍ଗତ ରତାଖଣ୍ଡି ଗ୍ରାମରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ତିନି ଜଣ ମହିଳାଙ୍କୁ ଦୁଇବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ରାଉରକେଲା ଏଡିଜେ-୧ କୋର୍ଟ । ସୂଚନାଯୋଗ୍ୟ, ୨୦୧୮ ମସିହା ମାର୍ଚ୍ଚ ୩ ତାରିଖ ସନ୍ଧ୍ୟାରେ ରତାଖଣ୍ଡି ଗାଁର ଯଶୋଦା ସିଂ, ତାଙ୍କ ସ୍ୱାମୀ ଫଗୁ ସିଂ ଓ କମଳେଶ ସିଂଙ୍କୁ ସଂଘବଦ୍ଧ […]
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଥାନା ଅନ୍ତର୍ଗତ ରତାଖଣ୍ଡି ଗ୍ରାମରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ତିନି ଜଣ ମହିଳାଙ୍କୁ ଦୁଇବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ରାଉରକେଲା ଏଡିଜେ-୧ କୋର୍ଟ ।
ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ
ସୂଚନାଯୋଗ୍ୟ, ୨୦୧୮ ମସିହା ମାର୍ଚ୍ଚ ୩ ତାରିଖ ସନ୍ଧ୍ୟାରେ ରତାଖଣ୍ଡି ଗାଁର ଯଶୋଦା ସିଂ, ତାଙ୍କ ସ୍ୱାମୀ ଫଗୁ ସିଂ ଓ କମଳେଶ ସିଂଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା। ଫଳରେ ଯଶୋଦାଙ୍କର ମୃତ୍ୟୁ ଘଟିଥିବା ବେଳେ ଫଗୁ ଓ କମଳେଶ ଗୁରୁତର ଆହତ ହୋଇଥିଲେ। ଏନେଇ କୁଆଁରମୁଣ୍ଡା ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ୧୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି।






