ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

The Sakala Picture
Published On

ଭୁବନେଶ୍ବର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ […]

ଭୁବନେଶ୍ବର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ 5T ଉପକ୍ରମରେ ବିଭନ୍ନ ପଦକ୍ଷେପ ଦ୍ୱାରା ସରକାରୀ ହସ୍ପିଟାଲଗୁଡିକରେ ରୂପାନ୍ତର ଆସିପାରିଛି। ଏହା ଦ୍ୱାରା ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି। ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଉଛନ୍ତି। ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ୍ ମଡେଲ୍ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ପ୍ରକଳ୍ପଗୁଡିକ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଲକ୍ଷ୍ୟ ହେଉଛି ‘ସୁସ୍ଥ ଓଡିଶା ସୁଖୀ ଓଡିଶା’। ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ରାଜ୍ୟର ସରକାରୀ ହସ୍ପିଟାଲଗୁଡିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି ବୋଲି ପ୍ରକାଶ କରି କହିଥିଲେ ଯେ ଏସ୍.ସି.ବି. ମେଡିକାଲ୍ କଲେଜ୍‌କୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଚାଲିଛି। ନୂଆ ନୂଆ ମେଡିକାଲ କଲେଜ୍ ଖୋଲୁଛି। ବିଭିନ୍ନ ହସ୍ପିଟାଲରେ ନୂଆ ସୁବିଧାର ବିକାଶ ହେଉଛି। ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସ୍ତରରେ- ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ବାହାରେ ରହୁଥିବା ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ୱତନ୍ତ୍ର ହେଲ୍‌ପ ଲାଇନ୍‌- ୧୮୦୦ ୧୨୦ ୧୨୦ ୧୦୪ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ’। ଏହି ମନ୍ତ୍ରକୁ ଆଗରେ ରଖି କାମ କରୁଛୁ ଓ କରି ଚାଲିବୁ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କହିଥିଲେ ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ଆଜି ଆମ ରାଜ୍ୟ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ମେଲେରିଆ ଓ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ମଧ୍ୟ ଆମେ ଆଗୁଆ ରହିଛୁ। ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡିଶା ସୁଖୀ ଓଡିଶା ଓ ପ୍ରତି ଜୀବନ ମୂଲ୍ୟବାନ ନୀତିକୁ ଆଧାର କରି ଆମେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଆଗକୁ ବଢୁଛୁ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏଥି ସହିତ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀମାନେ ଅନ୍‌ଲାଇନ୍‌ରେ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର