୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୪୯୮ ଜଣ କରୋନା ପଜିଟିଭ, ରାଜ୍ୟରେ ସାଢ଼େ ୬ ଲକ୍ଷ ଟପିଲା କରୋନା ସଂକ୍ରମଣ

The Sakala Picture
Published On

ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୧୧ ହଜାର ୪୯୮ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୬ ହଜାର ୪୩୯ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୫ ହଜାର ୫୯ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭, କଟକରୁ ୧୧୦୭ଟି ମାମଲା ଆସିଛି । ଦୈନିକ ସଂକ୍ରମଣରେ ଟପ୍ ଫାଇଭ୍ ଜିଲ୍ଲାରେ ରହିଛି ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, ଅନୁଗୋଳ […]

ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୧୧ ହଜାର ୪୯୮ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୬ ହଜାର ୪୩୯ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୫ ହଜାର ୫୯ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭, କଟକରୁ ୧୧୦୭ଟି ମାମଲା ଆସିଛି । ଦୈନିକ ସଂକ୍ରମଣରେ ଟପ୍ ଫାଇଭ୍ ଜିଲ୍ଲାରେ ରହିଛି ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, ଅନୁଗୋଳ ଓ ବାଲେଶ୍ୱର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯ ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ, ବିଦ୍ୟୁତ ସଂଯୋଗ ପାଇଁ ନେଉଥିଲେ ୨୦ ହଜାର ଲାଞ୍ଚ

ସୂଚନା ଅନୁସାରେ ସୁନ୍ଦରଗଡ଼ରୁ ୭୦୩ ଜଣ, ଅନୁଗୁଳରୁ ୮୬୭, ବାଲେଶ୍ୱରରୁ ୫୨୪, ବରଗଡ଼ରୁ ୩୯୫, ଭଦ୍ରକରୁ ୧୩୪, ବଲାଙ୍ଗିରରୁ ୨୯୪, ବୌଦ୍ଧରୁ ୩୧୩, କଟକରୁ ୧୧୦୭, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୨୫୧, ଗଜପତିରୁ ୮୬, ଗଞ୍ଜାମରୁ ୨୨୮, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୨୪୭, କଳାହାଣ୍ଡିରୁ ୨୦୫, କନ୍ଧମାଳରୁ ୧୦୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ, ମୋଟ ୧୧ ଜିଲ୍ଲାର ୨୪ ଜାଗାର ଇଂରାଜୀ ନାଁ ହେବ ସଂଶୋଧନ

ସେହିଭଳି କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩, କୋରାପୁଟରୁ ୨୬୬, ମାଲକାନଗିରିରୁ ୧୧୦, ମୟୂରଭଞ୍ଜରୁ ୫୩୮, ନବରଙ୍ଗପୁରରୁ ୩୪୬, ନୟାଗଡ଼ରୁ ୩୮୨, ନୂଆପଡ଼ାରୁ ୧୫୨, ପୁରୀରୁ ୪୨୪, ରାୟଗଡ଼ାରୁ ୨୩୩, ସମ୍ବଲପୁରରୁ ୩୯୩, ସୋନପୁରରୁ ୨୨୭ ଏବଂ ଷ୍ଟେଟ ପୁଲରୁ ୨୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଯାଜପୁରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମା' ବିରଜାଙ୍କ ଦର୍ଶନ କରିବା ସହ ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

୨୪ ଘଣ୍ଟାରେ ଚିହ୍ନଟ ୧୧ ହଜାର ୪୯୮ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯କୁ ବୃଦ୍ଧି ପାଇଛି । ୫ ଲକ୍ଷ ୪୬ ହଜାର ୬୩୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୧ ଲକ୍ଷ ୬ ହଜାର ୮୧୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp