ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୩୫ ହଜାର ୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୫ ହଜାର ୨୪୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୭୫ ହଜାର ୭୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।