ରାଜ୍ୟସଭାରେ ସାଂସଦ ମାନସଙ୍କ ପ୍ରଶ୍ନର ଉତ୍ତର ରଖିଲେ ଅନ୍ନପୂର୍ଣ୍ଣା ଦେବୀ: ରାଜ୍ୟର ୧୨୧୪୦ଟି ଅଙ୍ଗନବାଡ଼ି ସକ୍ଷମ ହେବ

Madhusudan Das Picture
Published On

ଭୁବନେଶ୍ୱର: ଦେଶର ୨ ଲକ୍ଷ ଅଙ୍ଗନବାଡ଼ିକୁ ସକ୍ଷମ ଅଙ୍ଗନବାଡି କେନ୍ଦ୍ରରେ ରୂପାନ୍ତରିତ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ଓଡ଼ିଶାର ୧୨୧୪୦ଟି ଅଙ୍ଗନବାଡି ସାମିଲ ଅଛି ବୋଲି ରାଜ୍ୟସଭାରେ ବିଜେଡି ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ମିଶନ ସକ୍ଷମ ଅଙ୍ଗନବାଡ଼ି ଏବଂ ପୋଷଣ ୨.୦ ଅନ୍ତର୍ଗତ୧୫ତମ ଅର୍ଥ କମିଶନ ଅବଧି ମଧ୍ୟରେ ସରକାରୀ ଘରେ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ରକୁ ସକ୍ଷମ ଅଙ୍ଗନବାଡ଼ି କେନ୍ଦ୍ରରେ ରୂପାନ୍ତରିତ କରାଯିବ। ବାର୍ଷିକ ୪୦ ହଜାର ଅଙ୍ଗନବାଡ଼ି କେନ୍ଦ୍ର ରୂପାନ୍ତରିତ ହେବାକୁ ଥିବାବେଳେ ଏଠାରେ ଉନ୍ନତ ଭିତ୍ତିଭୂମି ଯୋଗାଇ ଦିଆଯିବ। ସେହିପରି ଅଙ୍ଗନବାଡି କେନ୍ଦ୍ର ଗୁଡ଼ିକରେ ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଶେଷକରି ଶୌଚାଳୟ ନିର୍ମାଣ ପାଇଁ ସରକାର ୩୬ ହଜାର ଟଙ୍କା ପ୍ରଦାନ କରୁଥିବା ବେଳେ ପାନୀୟ ଜଳ ପାଇଁ ୧୭ ହଜାର ଟଙ୍କା ପ୍ରଦାନ କରୁଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ପିଏମ୍‌-ଜନମନ ଯୋଜନା ଅଧୀନରେ ୨୫୦୦ ପିଭିଟିଜି ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ହେବାକୁ  ମଞ୍ଜୁରୀ ମିଳିଥିବା ବେଳେ ଏଥିରେ ଓଡ଼ିଶାର ୮୯ଟି କେନ୍ଦ୍ର ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର