ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ, ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗ ଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ। ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ୧୨୯୪ […]

ଭୁବନେଶ୍ବର: ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗ ଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ୧୨୯୪ ଜଣ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି। ଅର୍ଥ ବିଭାଗରେ ମୋଟ୍ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ୍ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ।କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତି କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ। ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଏହି ଦିଗଦର୍ଶନ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରିତିରଞ୍ଜନ ଘଡେ଼ଇ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ବିଭାଗ ପ୍ରମୁଖ ସଚିବ  ବିଶାଲ କୁମାର ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ ଅଶ୍ଵତୀ ଏସ୍ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର