ରାଉରକେଲା: କଥା ଦେଇ କଥା ରଖିଲେ ୫ଟି ସଚିବ ଭିକେ ପାଣ୍ଡିଆନ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି।
ରାଜ୍ୟର ଏକ ପ୍ରମୁଖ ତୀର୍ଥସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଜାରି ରହିଥିବା ବେଳେ ନୂତନ ମନ୍ଦିର ନିର୍ମାଣ ସହ ଅଧିକ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ହେବ। ପୁଣି ୧୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହେବା ପରେ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୫ ଟି ସଚିବ ଭିକେ ପାଣ୍ଡିଆନ ଗତ ଜାନୁଆରୀ ୧୪ ତାରିଖ ବେଦବ୍ୟାସ ମନ୍ଦିର ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ଆଉ କଣ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଡିଟେଲ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିବାରୁ ବେଦବ୍ୟାସ ଟ୍ରଷ୍ଟ ବୋର୍ଡ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ରାଜଗାଙ୍ଗପୁର କଂଗ୍ରେସ ବିଧାୟକ ରାଜନ ଏକ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି।