ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଅକସ୍ମାତ ସକ୍ରିୟ ହୋଇଛି ପୁଲିସ । ଡିଜି ପାହ୍ୟାରୁ ଆଇଜି ପାହ୍ୟା ପର୍ଯ୍ୟନ୍ତ ୧୫ଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କ ଉପରେ ୧୭ଟି ଜିଲ୍ଲାର ଆଇନଶୃଙ୍ଖଳାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସମ୍ପୃକ୍ତ ଆଇପିଏସ୍‌ ଅଫିସରମାନେ ଜିଲ୍ଲାକୁ ଗସ୍ତ କରି ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ, ପୁଲିସ ଥାନାର କାର୍ଯ୍ୟକାରିତା, ଜିଲ୍ଲା ପୁଲିସ କାର୍ଯ୍ୟାଳୟ, ସଂରକ୍ଷିତ କାର୍ଯ୍ୟାଳୟ ଓ ସାମଗ୍ରିକ ପୁଲିସ ପରିଚାଳନାର ତଦାରଖ କରିବେ। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ, ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ନିରୀକ୍ଷଣ ଦାୟିତ୍ୱ ପ୍ରଦାନ କରାଯାଇଛି। 

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ସେହିପରି ୧୩ଜଣ ବରିଷ୍ଠ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର, ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ, ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ୱଲପୁର, ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ୟତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ.ସାଇନିଙ୍କୁ ବଲାଙ୍ଗୀର ଜିଲ୍ଲାର ତଦାରଖ ଦାୟିତ୍ୱ ଦିଆଯାଇଛି। ପୁନଶ୍ଚ ଆଇଜି ଏସ.ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଆଇଜି ଅନୁପ କୁମାର ସାହୁଙ୍କୁ ପୁରୀ, ଆଇଜି ଅବିନାଶ କୁମାରଙ୍କୁ ମୟୂରଭଞ୍ଜ ଓ ଆଇଜି ସାର୍ଥକ ଷଡ଼ଙ୍ଗୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

10 Jun 2026 By Madhusudan Das

ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଅକସ୍ମାତ ସକ୍ରିୟ ହୋଇଛି ପୁଲିସ । ଡିଜି ପାହ୍ୟାରୁ ଆଇଜି ପାହ୍ୟା ପର୍ଯ୍ୟନ୍ତ ୧୫ଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କ ଉପରେ ୧୭ଟି ଜିଲ୍ଲାର ଆଇନଶୃଙ୍ଖଳାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସମ୍ପୃକ୍ତ ଆଇପିଏସ୍‌ ଅଫିସରମାନେ ଜିଲ୍ଲାକୁ ଗସ୍ତ କରି ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ, ପୁଲିସ ଥାନାର କାର୍ଯ୍ୟକାରିତା, ଜିଲ୍ଲା ପୁଲିସ କାର୍ଯ୍ୟାଳୟ, ସଂରକ୍ଷିତ କାର୍ଯ୍ୟାଳୟ ଓ ସାମଗ୍ରିକ ପୁଲିସ ପରିଚାଳନାର ତଦାରଖ କରିବେ। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ, ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ନିରୀକ୍ଷଣ ଦାୟିତ୍ୱ ପ୍ରଦାନ କରାଯାଇଛି। 

ସେହିପରି ୧୩ଜଣ ବରିଷ୍ଠ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର, ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ, ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ୱଲପୁର, ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ୟତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ.ସାଇନିଙ୍କୁ ବଲାଙ୍ଗୀର ଜିଲ୍ଲାର ତଦାରଖ ଦାୟିତ୍ୱ ଦିଆଯାଇଛି। ପୁନଶ୍ଚ ଆଇଜି ଏସ.ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଆଇଜି ଅନୁପ କୁମାର ସାହୁଙ୍କୁ ପୁରୀ, ଆଇଜି ଅବିନାଶ କୁମାରଙ୍କୁ ମୟୂରଭଞ୍ଜ ଓ ଆଇଜି ସାର୍ଥକ ଷଡ଼ଙ୍ଗୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ ହୋଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର