୬ ଲେନ୍ ବିଶିଷ୍ଟ କଟକ ରିଙ୍ଗରୋଡ୍‌କୁ କ୍ୟାବିନେଟ୍‌ ମଞ୍ଜୁରୀ, ଆହୁରି ୧୦ବର୍ଷ ଭାରତୀୟ ହକି ଟିମର ପ୍ରାୟୋଜକ ରହିବ ଓଡ଼ିଶା

The Sakala Picture
Published On

ଭୁବନେଶ୍ବର : ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବୈଠକ ବସିଥିଲା।  ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ରହିଛି। ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ ପାଇଥିବା ପ୍ରସ୍ତାବ ମଧ୍ୟରେ କଟକ ରିଙ୍ଗରୋଡ୍‌କୁ ୬ ଲେନ୍‌ କରିବା […]

ଭୁବନେଶ୍ବର : ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବୈଠକ ବସିଥିଲା।  ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ରହିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ ପାଇଥିବା ପ୍ରସ୍ତାବ ମଧ୍ୟରେ କଟକ ରିଙ୍ଗରୋଡ୍‌କୁ ୬ ଲେନ୍‌ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ଦେଇଛନ୍ତି। ଏଥି ସହିତ ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ । ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ୍ ପାଇଁ ପ୍ରାୟୋଜକ ରହିବ ଓଡ଼ିଶା । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ସେହିପରି ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ,ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଖୁବଶୀଘ୍ର ଓଡ଼ିଶା ସ୍ବତନ୍ତ୍ର ଲଘୁଖଣିଜ ନିଲାମୀ ଅଧିନିୟମରେ ସଂଶୋଧନ ପାଇଁ ଆସିବ ସ୍ବତନ୍ତ୍ର ସଂଶୋଧିତ ଅଧିନିୟମ-୨୦୨୩ । ଓଡ଼ିଶା ଖଦି ଓ ଗ୍ରାମଦ୍ୟୋଗ ବୋର୍ଡ ଅଧିନିୟମରେ ଆସିବ ସଂଶୋଧନ । ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ, ଜିପିଏଫ୍ ଅଧିନିୟମ-୧୯୩୮ର ସଂଶୋଧନ, ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ସେହିପରି ଅବକାରୀ ସବଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆସିବାକୁ ଥିବାବେଳେ ପୂର୍ବରୁ ଥିବା ନିଯୁକ୍ତି ଅଧିନିୟମ ଅକାମୀ ହେବ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

24 Apr 2023 By The Sakala

୬ ଲେନ୍ ବିଶିଷ୍ଟ କଟକ ରିଙ୍ଗରୋଡ୍‌କୁ କ୍ୟାବିନେଟ୍‌ ମଞ୍ଜୁରୀ, ଆହୁରି ୧୦ବର୍ଷ ଭାରତୀୟ ହକି ଟିମର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ବର : ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବୈଠକ ବସିଥିଲା।  ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ରହିଛି।

ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ ପାଇଥିବା ପ୍ରସ୍ତାବ ମଧ୍ୟରେ କଟକ ରିଙ୍ଗରୋଡ୍‌କୁ ୬ ଲେନ୍‌ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ଦେଇଛନ୍ତି। ଏଥି ସହିତ ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ । ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ୍ ପାଇଁ ପ୍ରାୟୋଜକ ରହିବ ଓଡ଼ିଶା । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି ।

ସେହିପରି ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ,ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଖୁବଶୀଘ୍ର ଓଡ଼ିଶା ସ୍ବତନ୍ତ୍ର ଲଘୁଖଣିଜ ନିଲାମୀ ଅଧିନିୟମରେ ସଂଶୋଧନ ପାଇଁ ଆସିବ ସ୍ବତନ୍ତ୍ର ସଂଶୋଧିତ ଅଧିନିୟମ-୨୦୨୩ । ଓଡ଼ିଶା ଖଦି ଓ ଗ୍ରାମଦ୍ୟୋଗ ବୋର୍ଡ ଅଧିନିୟମରେ ଆସିବ ସଂଶୋଧନ । ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ, ଜିପିଏଫ୍ ଅଧିନିୟମ-୧୯୩୮ର ସଂଶୋଧନ, ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ସେହିପରି ଅବକାରୀ ସବଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆସିବାକୁ ଥିବାବେଳେ ପୂର୍ବରୁ ଥିବା ନିଯୁକ୍ତି ଅଧିନିୟମ ଅକାମୀ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର