ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରୁ ୧୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୩ ହଜାର ୩୬୪ରେ ପହଂଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ଭୁବନେଶ୍ବରର ଖଣ୍ଡଗିରି ଅଂଚଳରୁ ଆଜି ସର୍ବାଧିକ ୧୬ ଜଣ, ଡେଲଟା ଛକ ଅଂଚଳରୁ ୧୧ ଜଣ, ବିଜେପି ନଗରରୁ ୮ ଜଣ, ପୁରୁଣା ଭୁବନେଶ୍ବରରୁ ୭ଜଣ, ଟଙ୍କପାଣିରୋଡ, ପଟିଆରୁ ୬ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ବିଏମ୍ସିର ସୂଚନା ଅନୁସାରେ ଆଜି ଭୁବନେଶ୍ବରରେ ୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୨ ହଜାର ୨୧୦ରେ ପହଂଚିଛି। ଏଯାଏଁ ୨୫୦ ଜଣ ଲୋକଙ୍କର ମୃତ୍ୟୁ ହୋଇଛନ୍ତି। ଏବେ ୮୮୩ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।