୫ଟି ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ: ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ ଓ ସରପଞ୍ଚଙ୍କ ସହ 5T ସଚିବଙ୍କ ଆଲୋଚନା ଆରମ୍ଭ

The Sakala Picture
Published On

ଭୁବନେଶ୍ୱର:  ୫ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା  ଇ- ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି। ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩  ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର […]

ଭୁବନେଶ୍ୱର:  ୫ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା  ଇ- ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩  ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଏ ପରିପେକ୍ଷୀରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଁଜଳି ଶେରଗଡରୁ ୨୦୨୧ ମସିହାରୁ ଆରମ୍ଭ ହୋଇଥିଲା ୫ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ୧୭୧୧ ହାଇସ୍କୁଲର ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡାନ୍ତ ରୂପ ଦେବ। ରାଜ୍ୟର  ସମସ୍ତ ୮୬୫୪ ଟି   ହାଇସ୍କୁଲର  ଭିତ୍ତିଭୂମି  ରୂପାନ୍ତର  ସମ୍ପୂର୍ଣ୍ଣ  ହେବ  ୫ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର