ରବିବାର ଭୁବନେଶ୍ବରବାସୀ ପାଳନ କରନ୍ତୁ ଡ୍ରାଇ ଡେ’ : ଖିଲାପ କଲେ ଦେବାକୁ ପଡିବ ଆର୍ଥିକ ଜୋରିମାନା

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବଢୁଛି ଡେଙ୍ଗୁ ଆତଙ୍କ । ଜୁନ ମାସରେ କେବଳ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଅନେକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ବଢ଼ୁଥିବା ଡେଙ୍ଗୁକୁ ଦେଖି ବିଏମସିର ନୂଆ କମିଶନର ବିଜୟ ଅମୃତା କୁଳାଙ୍ଗେଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜଧାନୀରେ ଡେଙ୍ଗୁ ରୋକିବାକୁ ନୂଆ କମିଶନର କଡା ପଦକ୍ଷେପ ନେଇଛନ୍ତି।  ଏଣିକି ଭୁବନେଶ୍ୱରରେ ସପ୍ତାହକୁ ଦୁଇଦିନ ପାଳନ ହେବ […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବଢୁଛି ଡେଙ୍ଗୁ ଆତଙ୍କ । ଜୁନ ମାସରେ କେବଳ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଅନେକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ବଢ଼ୁଥିବା ଡେଙ୍ଗୁକୁ ଦେଖି ବିଏମସିର ନୂଆ କମିଶନର ବିଜୟ ଅମୃତା କୁଳାଙ୍ଗେଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜଧାନୀରେ ଡେଙ୍ଗୁ ରୋକିବାକୁ ନୂଆ କମିଶନର କଡା ପଦକ୍ଷେପ ନେଇଛନ୍ତି।  ଏଣିକି ଭୁବନେଶ୍ୱରରେ ସପ୍ତାହକୁ ଦୁଇଦିନ ପାଳନ ହେବ ଡ୍ରାଇ ଡେ’ ।ଗୁରୁବାର ଓ ରବିବାର ହେବ ଡ୍ରାଇ ଡେ’ ।

ଆହୁରି ପଢ଼ନ୍ତୁ: ନଦୀରେ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ପାଣିରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ଗୁରୁବାର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଏବଂ ରବିବାର ପ୍ରତ୍ୟେକଙ୍କ ବାସଭବନରେ ଡ୍ରାଇ ଡେ ପାଳନ କରାଯିବ। ଡ୍ରାଇ ଡେ’ ଅର୍ଥାତ ଅଫିସ ହେଉ କିମ୍ବା ଘରେ ସମ୍ଭାବ୍ୟ ମଶା ବଂଶ ବୃଦ୍ଧି ସ୍ଥାନ ଗୁଡ଼ିକୁ ସଫା କରିବା । ଡେଙ୍ଗୁ ରୋକିବା ପାଇଁ ସର୍ଭେ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯିବ । ପ୍ରତି ୱାର୍ଡରେ ବିଭିନ୍ନ ବର୍ଗର ବ୍ୟକ୍ତି ଓ ଗୋଷ୍ଠୀଙ୍କୁ ନେଇ ଗଠନ ହେବ ଗ୍ରୁପ ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପ୍ରଥମେ ସଚେତନତା କରାଯିବ ଏବଂ ଲୋକମାନଙ୍କୁ ସେମାନଙ୍କ ଘରେ ଥିବା ମଶାବୃଦ୍ଧି ସ୍ଥାନକୁ ସଫା ରଖିବାକୁ କୁହାଯିବ। ଯଦି ଲୋକମାନେ ତାହା ପାଳନ ପକଲେ କିମ୍ବା ରବିବାର ଡ୍ରାଇ ଡେ ଦିନ କିଛି ସଫା ନକଲେ ତେବେ ଖିଲାପିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ । ଲାଗୁ ହେବ ଆର୍ଥିକ ଜୋରିମାନା। ବିଏମସି କମିଶନର ବିଜୟ ଅମୃତା କୁଳାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ବୈଠକରେ ବିଏମସିର ସମସ୍ତ ସ୍ୱାସ୍ଥ୍ୟ ଅଧିକାରୀ, ଡେପୁଟି କମିଶନର ଓ ଅତିରିକ୍ତ କମିଶନର ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଦିଗ ବଦଳାଉଛି ଘୂର୍ଣ୍ଣିବଳୟ: ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର