କାଲି ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଏକାସହ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ

ଭୁବନେଶ୍ବର : ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ। ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇବ।ଏନେଇ ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ଅପରାହ୍ନ ୪ଟାରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଚଳିତ ବର୍ଷ ୩.୮୫ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତଦୁଇ ପରୀକ୍ଷା ଦେଇଛନ୍ତି। ଫେବ୍ରୁଆରି ୧୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ […]

ଭୁବନେଶ୍ବର : ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ। ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇବ।ଏନେଇ ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ଅପରାହ୍ନ ୪ଟାରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ।

ଚଳିତ ବର୍ଷ ୩.୮୫ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତଦୁଇ ପରୀକ୍ଷା ଦେଇଛନ୍ତି। ଫେବ୍ରୁଆରି ୧୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ୨୭ ତାରିଖରେ ପରୀକ୍ଷା ସରିଥିଲା। ଆସନ୍ତାକାଲି ଅପରାହ୍‌ଣ ୪ଟାରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ www.orissaresults.nic.in , www.chseodisha.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ।

About The Author: The Sakala