ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ସ୍ବାଭାବି ଚାଲିଛି ଗୃହ କାର୍ଯ୍ୟ। ଆଜି ଗୃହରେ ମହିଳା ଓ ଶିଶୁ ବିକାଶ ବିଭାଗ ସଂପର୍କରେ ଆଲୋଚନା ଚାଲିଛି। ବିଧାନସଭାରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ ୨୦,୧୫୦ ଅଙ୍ଗନବାଡ଼ିର ନିଜସ୍ବ ଗୃହ ନାହିଁ। ଏବେ ୭୩୮୯ଟି ଅଙ୍ଗନବାଡ଼ିର ଗୃହନିର୍ମାଣ ଚାଲିଛି। ଏଣେ ୩୮୯୦ ଅଙ୍ଗନବାଡ଼ି ଭଡ଼ା ଘରେ ଚାଲିଛି।