୨୭ବର୍ଷରେ ପଦାର୍ପଣ କଲା ବିଜୁ ଜନତା ଦଳ, କଟକ ଆନନ୍ଦ ଭବନରୁ ଭୁବନେଶ୍ବର ଯାଏଁ ବିଶାଳ ସାଇକେଲ ଶୋଭାଯାତ୍ରା

ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । କଟକ ଆନନ୍ଦଭବନରୁ ଭୁବନେଶ୍ୱର ବିମାନବନ୍ଦରରେ ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହେଉଛି । ଏଥିସହ ଗଣଦୌଡ଼, ରକ୍ତଦାନ ଶିବିର, ସଭା ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯିବ । ଏକ ସମୃଦ୍ଧ, ସଶକ୍ତ ଓ ସ୍ୱାଭିମାନୀ ‘ନବୀନ ଓଡ଼ିଶା’ ଗଠନ […]

ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । କଟକ ଆନନ୍ଦଭବନରୁ ଭୁବନେଶ୍ୱର ବିମାନବନ୍ଦରରେ ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହେଉଛି । ଏଥିସହ ଗଣଦୌଡ଼, ରକ୍ତଦାନ ଶିବିର, ସଭା ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯିବ । ଏକ ସମୃଦ୍ଧ, ସଶକ୍ତ ଓ ସ୍ୱାଭିମାନୀ ‘ନବୀନ ଓଡ଼ିଶା’ ଗଠନ ପାଇଁ ବ୍ରତୀ ହେବା ଲାଗି କର୍ମୀ ମାନେ ଶପଥ ନେବେ ।

ବିଜୁ ବାବୁଙ୍କ ଆଦର୍ଶରେ ଗଠନ ହୋଇଥିବା ବିଜେଡି ରାଜ୍ୟ ତଥା ରାଜ୍ୟବାସୀଙ୍କ ବିକାଶର ଆଭିମୁଖ୍ୟ ନେଇ କାମ କରୁଥିବାରୁ ବାରମ୍ବାର ଜନ ଆର୍ଶୀବାଦ ଲାଭ କରିଛି । ୨୬ ବର୍ଷ ଭିତରେ ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ କରି ଆସୁଥିବା ବିଜେଡି ରାଜନୈତିକ କାର୍ଯ୍ୟକ୍ରମ ସହିତ ସାମାଜିକ ଅଙ୍ଗୀକାରବଦ୍ଧତା ପାଇଁ ଅନ୍ୟ ସର୍ବଭାରତୀୟ ଦଳ ଓ ଆଞ୍ଚଳିକ ଦଳମାନଙ୍କ ଭିତରେ ସ୍ବତନ୍ତ୍ର ସ୍ଥାନ ପାଇଛି ।

ଓଡ଼ିଆ ସ୍ୱାଭିମାନ ବଜାୟ ରଖିବା ସହ ଏହାକୁ ଏକ ସମୃଦ୍ଧ ଓ ଶକ୍ତିଶାଳୀ ରାଜ୍ୟ ଭାବେ ଗଢି ତୋଳିବା ପାଇଁ କଳିଙ୍ଗ ବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନୀତି , ଆଦର୍ଶ ଓ ଆଭିମୁଖ୍ୟକୁ ପାଥେୟ କରି ତାଙ୍କ ଅନ୍ତେ ଆଜକୁ ୨୬ ବର୍ଷ ତଳେ ଗଠନ ହୋଇଥିଲା ବିଜୁ ଜନତା ଦଳ -ବିଜେଡି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଫଳ ନେତୃତ୍ୱରେ ୨୬ ବର୍ଷ ତଳେ ଗଠନ ହୋଇଥିବା ବିଜେଡି ଆଜି ଏକ କେବଳ ରାଜନୈତିକ ଦଳ ନୁହେଁ, ବରଂ ଏକ ଜନ ଆନ୍ଦୋଳନରେ ପରିଣତ ହୋଇପାରିଛି । ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି । ବାପା ବିଜୁ ପଟ୍ଟନାୟକଙ୍କ ସମୃଦ୍ଧ ଓ ସଶକ୍ତ ଓଡ଼ିଶା ଗଠନର ସ୍ୱପ୍ନକୁ ସାକାର କରିବାରେ ଲାଗିଛନ୍ତି ନବୀନ ପଟ୍ଟନାୟକ। ରାଜ୍ୟବାସୀଙ୍କ ସେବା ଓ ବିକାଶ ହୋଇଛି ବିଜେଡିର ମୂଳମନ୍ତ୍ର। ସେଥିପାଇଁ ତ ଦୁଇ ଦଶକରୁ ଅଧିକ ସମୟ ଧରି ଲୋକଙ୍କ ଆସ୍ଥା ଓ ବିଶ୍ୱାସର ପାତ୍ର ପାଲଟିଛି ବିଜେଡି ।

ଆଗାମୀ ଦିନରେ ରାଜ୍ୟବାସୀଙ୍କ ସେବାରେ ନିୟୋଜିତ ହୋଇଥିବା ବିକାଶଧାରାକୁ ବଜାୟ ରଖିବା ପାଇଁ ଏହା ଶକ୍ତି ଯୋଗାଇଛି। ନିର୍ବାଚନ ହେଉ କି ଉପନିର୍ବାଚନ, ସବୁଥିରେ ବିଜେଡିକୁ ମିଳିଛି ଅପୂର୍ବ ସଫଳତା। ୨୦୨୪ ନିର୍ବାଚନର ବି ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ମିଶନ ୧୩୦କୁ ନେଇ କାମ କରୁଛି ବିଜେଡି।

About The Author: The Sakala