ରାଜ୍ଯରେ ୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା, ଚିହ୍ନଟ ହେଲେ ଆଉ ୨୮ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ କ୍ଷୀପ୍ର ଗତିରେ ବ୍ଯାପୁଥିବା ବେଳେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ୧୦୦ ଟପିଛି। ରାଜ୍ୟରେ ଆଉ ୨୮ ଓମିକ୍ରନ୍‍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଆଜିର ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ୍‍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୧୦୩ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ । ସୂଚନା ଅନୁଯାୟୀ, ରାଜ୍ୟରେ ଆଜି  ୪୮୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୨୩ଜଣ ଚିହ୍ନଟ ହୋଇଥିବା ବେଳେ […]

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ କ୍ଷୀପ୍ର ଗତିରେ ବ୍ଯାପୁଥିବା ବେଳେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ୧୦୦ ଟପିଛି। ରାଜ୍ୟରେ ଆଉ ୨୮ ଓମିକ୍ରନ୍‍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଆଜିର ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ୍‍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା ୧୦୩ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସୂଚନା ଅନୁଯାୟୀ, ରାଜ୍ୟରେ ଆଜି  ୪୮୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୨୩ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୦୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮ କୁ ବୃଦ୍ଧି ପାଇଥିବା ବେଳେ ୧୦୪୬୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ୨୦୫୬୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର