ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର, ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୭୪୧୫୪ […]

ଭୁବନେଶ୍ୱର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍‌ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ

ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୭୪୧୫୪ ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦୪୧୬ ମିନି ଅଙ୍ଗନବାଡି ଥିଲା । ତନ୍ମଧ୍ୟରୁ ୨୮୩୬ ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ୟ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ । ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ: ଚରମ ବିଫଳତାକୁ ନେଇ ବିଜେଡିର କଡ଼ା ସମାଲୋଚନା

01 May 2023 By The Sakala

ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର, ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୭୪୧୫୪ ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦୪୧୬ ମିନି ଅଙ୍ଗନବାଡି ଥିଲା । ତନ୍ମଧ୍ୟରୁ ୨୮୩୬ ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା ।

ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ୟ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ । ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର