ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ : ୫ ଲୋକସଭା ଓ ୩୫ ବିଧାନସଭା କ୍ଷେତ୍ରରେ ଚାଲିଛି ମତଦାନ

The Sakala Picture
Published On

ଭୁବନେଶ୍ବର : ସୋମବାର ଦେଶର ପଞ୍ଚମ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ […]

ଭୁବନେଶ୍ବର : ସୋମବାର ଦେଶର ପଞ୍ଚମ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ୫ ଲୋକସଭା କ୍ଷେତ୍ର ପାଇଁ ମୋଟ ୪୦ ଜଣ ପ୍ରାର୍ଥୀ ଥିବାବେଳେ ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୫ ଜଣ ପ୍ରାର୍ଥୀ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ଏହି ପର୍ଯ୍ୟାୟରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ମତଦାନ ପ୍ରକ୍ରିୟାରେ ୬୦ ହଜାରରୁ ଉଦ୍ଧ୍ୱର୍ ପୋଲିଂ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ମତଦାନ ପାଇଁ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ମୋଟ ୯୧୬୨ ମତଦାନ କେନ୍ଦ୍ର ରହିଛି। ସୁରକ୍ଷା ଦୃଷ୍ଟିକୋଣରୁ ୧୬୮୯ଟି ମତଦାନ କେନ୍ଦ୍ରରେ ଅପରାହ୍ନ ୪ଟା ସୁଦ୍ଧା ଭୋଟଗ୍ରହଣ ସରିବ। ସେହିପରି ୫ଟା ସୁଦ୍ଧା ୯୩୩ କେନ୍ଦ୍ରରେ ମତଦାନ ସରିବାକୁ ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ୬୫୪୦ଟି କେନ୍ଦ୍ରରେ ଭୋଟଗ୍ରହଣ ଶେଷ ହେବ। ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ବାହୁଡା ଯାତ୍ରା: ଆଜି ଗଡିବ ନନ୍ଦିଘୋଷ ଓ ଦର୍ପଦଳନ ରଥ

ଏହି ପର୍ଯ୍ୟାୟରେ ମୋଟ ୧୦୨ କମ୍ପାନୀ ସିଏପିଏଫ୍‌ (ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସ) ନିୟୋଜିତ ହେବେ। କନ୍ଧମାଳରେ ସର୍ବାଧିକ ୨୨ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହେବାକୁ ଥିବାବେଳେ ଗଞ୍ଜାମରେ ୨୦ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହୋଇଛନ୍ତି।ଅପରପକ୍ଷେ ରାଜ୍ୟ ପୁଲିସର ମଧ୍ୟ ୩୩ ହଜାର ପୁଲିସ ବାହିନୀ ସୁରକ୍ଷାରେ ନିୟୋଜିତ ହେବେ। ସେହିପରି ସମ୍ଭାବ୍ୟ ଅଂଶୁଘାତ ପରିସ୍ଥିତିର ମୁକାବିଲା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: ମାଲକାନଗିରି ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜୋରଦାର

20 May 2024 By The Sakala

ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ : ୫ ଲୋକସଭା ଓ ୩୫ ବିଧାନସଭା କ୍ଷେତ୍ରରେ ଚାଲିଛି ମତଦାନ

ଭୁବନେଶ୍ବର : ସୋମବାର ଦେଶର ପଞ୍ଚମ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ।

ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ୫ ଲୋକସଭା କ୍ଷେତ୍ର ପାଇଁ ମୋଟ ୪୦ ଜଣ ପ୍ରାର୍ଥୀ ଥିବାବେଳେ ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୫ ଜଣ ପ୍ରାର୍ଥୀ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ଏହି ପର୍ଯ୍ୟାୟରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ମତଦାନ ପ୍ରକ୍ରିୟାରେ ୬୦ ହଜାରରୁ ଉଦ୍ଧ୍ୱର୍ ପୋଲିଂ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ମତଦାନ ପାଇଁ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ମୋଟ ୯୧୬୨ ମତଦାନ କେନ୍ଦ୍ର ରହିଛି। ସୁରକ୍ଷା ଦୃଷ୍ଟିକୋଣରୁ ୧୬୮୯ଟି ମତଦାନ କେନ୍ଦ୍ରରେ ଅପରାହ୍ନ ୪ଟା ସୁଦ୍ଧା ଭୋଟଗ୍ରହଣ ସରିବ। ସେହିପରି ୫ଟା ସୁଦ୍ଧା ୯୩୩ କେନ୍ଦ୍ରରେ ମତଦାନ ସରିବାକୁ ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ୬୫୪୦ଟି କେନ୍ଦ୍ରରେ ଭୋଟଗ୍ରହଣ ଶେଷ ହେବ। ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।

ଏହି ପର୍ଯ୍ୟାୟରେ ମୋଟ ୧୦୨ କମ୍ପାନୀ ସିଏପିଏଫ୍‌ (ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସ) ନିୟୋଜିତ ହେବେ। କନ୍ଧମାଳରେ ସର୍ବାଧିକ ୨୨ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହେବାକୁ ଥିବାବେଳେ ଗଞ୍ଜାମରେ ୨୦ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହୋଇଛନ୍ତି।ଅପରପକ୍ଷେ ରାଜ୍ୟ ପୁଲିସର ମଧ୍ୟ ୩୩ ହଜାର ପୁଲିସ ବାହିନୀ ସୁରକ୍ଷାରେ ନିୟୋଜିତ ହେବେ। ସେହିପରି ସମ୍ଭାବ୍ୟ ଅଂଶୁଘାତ ପରିସ୍ଥିତିର ମୁକାବିଲା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର