ମୟୂରଭଞ୍ଜ: ବସ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ୨୨୦ ନମ୍ୱର ଜାତୀୟ ରାଜପଥ ରାନିବନ୍ଧ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ ରାଇରଙ୍ଗପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ବାଇକ୍ରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ବାଇକ୍ଟି ବସ୍ ତଳେ ପଶି କିଛିବାଟ ଘୋଷାଡି ହୋଇଯାଇଥିଲା । ଜଣେ ଯୁବକ ବସ୍ ଚକା ତଳେ ଚାପି ହୋଇ ରହିଯାଇଥିଲେ। ତେବେ ମୃତ ୩ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।