ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ୩ ମାଓବାଦୀ ନିହତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲିସ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ତିନୋଟି ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି । ସୂଚନା ଅନୁସାରେ, ବାସାଗୁଡା ଥାନା ଅନ୍ତର୍ଗତ ବେଲମଗୁଟା ଜଙ୍ଗଲରେ ମାଓ ନେତା ବିନୋଦ, ରାଜୁ ଓ ବିଶ୍ବନାଥଙ୍କ ସହ ପ୍ରାୟ ୨୫ ଜଣ […]

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲିସ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ତିନୋଟି ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ସୂଚନା ଅନୁସାରେ, ବାସାଗୁଡା ଥାନା ଅନ୍ତର୍ଗତ ବେଲମଗୁଟା ଜଙ୍ଗଲରେ ମାଓ ନେତା ବିନୋଦ, ରାଜୁ ଓ ବିଶ୍ବନାଥଙ୍କ ସହ ପ୍ରାୟ ୨୫ ଜଣ ମାଓବାଦୀ ଲୁଚି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ବିଶେଷ ସୂତ୍ରରୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ଜଙ୍ଗଲରେ କିଛି ସମୟ ଧରି ନକ୍ସଲ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର