ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ଯବାନଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଅନେକ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।
ମିଳିଥିବା ସୂଚନାଅନୁସାରେ କୋଇଲିବେଡା ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା। ଏ ନେଇ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ମିଳିତ ଭାବେ ଉକ୍ତ ସ୍ଥାନରେ ଚଢାଉ କରିଥିଲେ । ଜଙ୍ଗଲ ମଧ୍ୟରେ ଲୁଚି ରହିଥିବା ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଏହି ସମୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିବିନିମୟରେ ୩ ମାଓବାଦୀ ନିହତ ହୋଇଥିବା ବେଳେ ଅନେକ ମାଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।
ଅନ୍ୟପଟେ ଏହି ଗୁଳିବିନିମୟରେ ଜଣେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।