ଖୋଲିଲା ହୀରାକୁଦ ଡ୍ୟାମ୍‍ର ଆଉ ୩ ଗେଟ୍‌, ମୋଟ ୮ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ

ହୀରାକୁଦ : ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ପୂର୍ବରୁ ହୀରାକୁଦ ଜଳଭଣ୍ଡାର ୫ଟି ଗେଟ୍‍ ଖୋଲା ଯାଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ଆଜି ପୁଣି ହୀରାକୁଦ ଡ୍ୟାମ୍‍ର ଆଉ ୩ଟି ଗେଟ୍‍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୮ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପଟରୁ ୫ଟି ଓ ଡାହାଣ ପଟରୁ ୩ଟି ଗେଟ୍‍ ଖୋଲା ଯାଇଛି। ବର୍ତ୍ତମାନ ଜଳସ୍ତର […]

ହୀରାକୁଦ : ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ପୂର୍ବରୁ ହୀରାକୁଦ ଜଳଭଣ୍ଡାର ୫ଟି ଗେଟ୍‍ ଖୋଲା ଯାଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ଆଜି ପୁଣି ହୀରାକୁଦ ଡ୍ୟାମ୍‍ର ଆଉ ୩ଟି ଗେଟ୍‍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୮ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପଟରୁ ୫ଟି ଓ ଡାହାଣ ପଟରୁ ୩ଟି ଗେଟ୍‍ ଖୋଲା ଯାଇଛି। ବର୍ତ୍ତମାନ ଜଳସ୍ତର ୬୧୪.୫୬ ଫୁଟ ରହିଛି। ଡ୍ୟାମ ମଧ୍ୟକୁ ୧ଲକ୍ଷ ୩୨ ହଜାର ୮୨୬ କ୍ୟୁସେକ ଜଳ ପ୍ରବେଶ କରୁଛି।

About The Author: The Sakala