ନବୀନଙ୍କ ମନ୍ତ୍ରିମଣ୍ଡଳରେ ଶପଥ ନେଲେ ୩ ନୂଆ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ତିନି ନୂଆ ମନ୍ତ୍ରୀ। ୩ ନୂଆ ମନ୍ତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ତିନି ନୂଆ ମନ୍ତ୍ରୀ ହେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ପ୍ରସାଦ ନାୟକ। ଏହି ୩ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ୩ ନୂଆ ମନ୍ତ୍ରୀଙ୍କୁ ମିଶାଇ କ୍ୟାବିନେଟ୍ ମନ୍ତ୍ରୀ ସଂଖ୍ୟା ୧୫ରେ ପହଞ୍ଚିଛି। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ତିନି ନୂଆ ମନ୍ତ୍ରୀ। ୩ ନୂଆ ମନ୍ତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ତିନି ନୂଆ ମନ୍ତ୍ରୀ ହେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ପ୍ରସାଦ ନାୟକ। ଏହି ୩ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ୩ ନୂଆ ମନ୍ତ୍ରୀଙ୍କୁ ମିଶାଇ କ୍ୟାବିନେଟ୍ ମନ୍ତ୍ରୀ ସଂଖ୍ୟା ୧୫ରେ ପହଞ୍ଚିଛି। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେହିପରି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରୁ ଲଗାତର ୬ ଥର ଜିତିଥିବା ବିକ୍ରମ କେଶରୀ ଆରୁଖ ୨୦୦୯ ମସିହାରୁ କ୍ରମାଗତ ଭାବେ ମନ୍ତ୍ରୀ ହୋଇ ଆସୁଥିଲେ। ଗତ ବର୍ଷ ଜୁନ୍‌ ମାସରେ ମନ୍ତ୍ରିମଣ୍ଡଳର ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। ତାଙ୍କୁ ବାଚସ୍ପତି କରାଯାଇଥିଲା। ବାଚସ୍ପତି ପଦବିରେ ଗୋଟିଏ ବର୍ଷ ନ ପୂରୁଣୁ ଗତ ୧୨ ତାରିଖରେ ସେ ଇସ୍ତଫା ଦେଇଥିଲେ। ଗଞ୍ଜାମ ଜିଲ୍ଲାର ରାଜନୈତିକ ଦୃଶ୍ୟପଟ୍ଟରେ ଶ୍ରୀ ଆରୁଖଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ସଂଗଠନକୁ ଅଧିକ ସକ୍ରିୟ କରିବାକୁ ପୁନର୍ବାର ଶ୍ରୀ ଆରୁଖଙ୍କୁ ମନ୍ତ୍ରୀ କରାଯାଇଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

ମୟୂରଭଞ୍ଜ ଜିଲ୍ଲା ରାଜନୀତିରେ ସୁଦାମ ମାର୍ଣ୍ଡିଙ୍କ ଦବ୍‌ଦବା ଜୋର୍‌ ରହିଛି। ଜେଏମ୍‌ଏମ୍‌ରୁ କ୍ୟାରିୟର ଆରମ୍ଭ କରି ଜେଏମ୍‌ଏମ୍‌ ପ୍ରାର୍ଥୀ ଭାବେ ଦୁଇ ଥର ବିଧାନସଭା ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରେ ବିଜେଡିରେ ଯୋଗ ଦେଇ ୨୦୧୪ ଓ ୨୦୧୯ରେ ଦୁଇ ଥର ବିଜେଡି ପ୍ରାର୍ଥୀ ଭାବେ ବାଙ୍ଗିରୀପୋଷିରୁ ନିର୍ବାଚିତ ହୋଇ ଆସୁଛନ୍ତି। ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ୨୦୧୯ରେ କ୍ୟାବିନେଟ୍‌ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ। ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି। ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ବାସନ୍ତୀ ହେମ୍ବ୍ରମ୍‌ ମନ୍ତ୍ରୀ ହୋଇଛନ୍ତି। ମୟୂରଭଞ୍ଜର ମୋଟ୍‌ ୯ଟି ବିଧାନସଭା ଆସନରୁ ବିଜେପି ଦଖଲରେ ୬ଟି ଓ ବିଜେଡି ଦଖଲରେ ୩ଟି ରହିଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

ରାଉରକେଲା ବିଧାୟକ ଶାରଦା ନାୟକ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ରୁ ୨୦୧୨ ଯାଏ ସେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବିଜେଡି ସଂଗଠନକୁ ଅଧିକ ସକ୍ରିୟ କରିବା ପାଇଁ ବରିଷ୍ଠ ବିଧାୟକ ଶ୍ରୀ ନାୟକଙ୍କ ଉପରେ ମୁଖ୍ୟମନ୍ତ୍ରୀ ଭରସା ସ୍ଥାପନ କରିଛନ୍ତି। ସୁନ୍ଦରଗଡ଼ର ୭ଟି ବିଧାନସଭା ଆସନ ମଧ୍ୟରୁ ବିଜେପିର ୩ଟି, ବିଜେଡିର ୨ଟି ଏବଂ କଂଗ୍ରେସ ଓ ସିପିଆଇ(ଏମ୍) ଦଖଲରେ ଗୋଟିଏ ଲେଖାଏ ଆସନ ରହିଛି।

22 May 2023 By The Sakala

ନବୀନଙ୍କ ମନ୍ତ୍ରିମଣ୍ଡଳରେ ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ତିନି ନୂଆ ମନ୍ତ୍ରୀ। ୩ ନୂଆ ମନ୍ତ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ତିନି ନୂଆ ମନ୍ତ୍ରୀ ହେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ପ୍ରସାଦ ନାୟକ। ଏହି ୩ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ୩ ନୂଆ ମନ୍ତ୍ରୀଙ୍କୁ ମିଶାଇ କ୍ୟାବିନେଟ୍ ମନ୍ତ୍ରୀ ସଂଖ୍ୟା ୧୫ରେ ପହଞ୍ଚିଛି। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେହିପରି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ବିକ୍ରମ କେଶରୀ ଆରୁଖ।

ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରୁ ଲଗାତର ୬ ଥର ଜିତିଥିବା ବିକ୍ରମ କେଶରୀ ଆରୁଖ ୨୦୦୯ ମସିହାରୁ କ୍ରମାଗତ ଭାବେ ମନ୍ତ୍ରୀ ହୋଇ ଆସୁଥିଲେ। ଗତ ବର୍ଷ ଜୁନ୍‌ ମାସରେ ମନ୍ତ୍ରିମଣ୍ଡଳର ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। ତାଙ୍କୁ ବାଚସ୍ପତି କରାଯାଇଥିଲା। ବାଚସ୍ପତି ପଦବିରେ ଗୋଟିଏ ବର୍ଷ ନ ପୂରୁଣୁ ଗତ ୧୨ ତାରିଖରେ ସେ ଇସ୍ତଫା ଦେଇଥିଲେ। ଗଞ୍ଜାମ ଜିଲ୍ଲାର ରାଜନୈତିକ ଦୃଶ୍ୟପଟ୍ଟରେ ଶ୍ରୀ ଆରୁଖଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ସଂଗଠନକୁ ଅଧିକ ସକ୍ରିୟ କରିବାକୁ ପୁନର୍ବାର ଶ୍ରୀ ଆରୁଖଙ୍କୁ ମନ୍ତ୍ରୀ କରାଯାଇଥିବା କୁହାଯାଉଛି।

ମୟୂରଭଞ୍ଜ ଜିଲ୍ଲା ରାଜନୀତିରେ ସୁଦାମ ମାର୍ଣ୍ଡିଙ୍କ ଦବ୍‌ଦବା ଜୋର୍‌ ରହିଛି। ଜେଏମ୍‌ଏମ୍‌ରୁ କ୍ୟାରିୟର ଆରମ୍ଭ କରି ଜେଏମ୍‌ଏମ୍‌ ପ୍ରାର୍ଥୀ ଭାବେ ଦୁଇ ଥର ବିଧାନସଭା ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରେ ବିଜେଡିରେ ଯୋଗ ଦେଇ ୨୦୧୪ ଓ ୨୦୧୯ରେ ଦୁଇ ଥର ବିଜେଡି ପ୍ରାର୍ଥୀ ଭାବେ ବାଙ୍ଗିରୀପୋଷିରୁ ନିର୍ବାଚିତ ହୋଇ ଆସୁଛନ୍ତି। ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ୨୦୧୯ରେ କ୍ୟାବିନେଟ୍‌ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ। ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି। ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ବାସନ୍ତୀ ହେମ୍ବ୍ରମ୍‌ ମନ୍ତ୍ରୀ ହୋଇଛନ୍ତି। ମୟୂରଭଞ୍ଜର ମୋଟ୍‌ ୯ଟି ବିଧାନସଭା ଆସନରୁ ବିଜେପି ଦଖଲରେ ୬ଟି ଓ ବିଜେଡି ଦଖଲରେ ୩ଟି ରହିଛି।

ରାଉରକେଲା ବିଧାୟକ ଶାରଦା ନାୟକ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ରୁ ୨୦୧୨ ଯାଏ ସେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବିଜେଡି ସଂଗଠନକୁ ଅଧିକ ସକ୍ରିୟ କରିବା ପାଇଁ ବରିଷ୍ଠ ବିଧାୟକ ଶ୍ରୀ ନାୟକଙ୍କ ଉପରେ ମୁଖ୍ୟମନ୍ତ୍ରୀ ଭରସା ସ୍ଥାପନ କରିଛନ୍ତି। ସୁନ୍ଦରଗଡ଼ର ୭ଟି ବିଧାନସଭା ଆସନ ମଧ୍ୟରୁ ବିଜେପିର ୩ଟି, ବିଜେଡିର ୨ଟି ଏବଂ କଂଗ୍ରେସ ଓ ସିପିଆଇ(ଏମ୍) ଦଖଲରେ ଗୋଟିଏ ଲେଖାଏ ଆସନ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର