ସରକାରୀ କର୍ମଚାରୀଙ୍କୁ ପାର୍ବଣ ଭେଟି : ୩ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଭୁବନେଶ୍ବର : ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। କର୍ମଚାରୀ ଓ ପେନସନ ଭୋଗୀ ମାନେ ଚଳିତ […]

ଭୁବନେଶ୍ବର : ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।

କର୍ମଚାରୀ ଓ ପେନସନ ଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ ।

About The Author: The Sakala