ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ନେଇ ଘୋଷଣା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦିୱାଲି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ୫୫ ପ୍ରତିଶତରୁ ବଢି ୫୮ ପ୍ରତିଶତ ହେଲା ମହଙ୍ଗା ଭତ୍ତା । ଗତ ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା । 

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । 

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର