ରାଜ୍ୟ କ୍ୟାବିନେଟ ବୈଠକରେ ୩ ପ୍ରସ୍ତାବକୁ ମୋହର, ମୃତ ବାପା/ମାଆର ଚାକିରି ପାଇବେ ଝିଅ…

The Sakala Picture
Published On

ଭୁବନେଶ୍ବର: ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅ/ସାବତ ଝିଅଙ୍କୁ ମିଳିବ ଚାକିରି । ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି। ଓଡ଼ିଶା ଅବସରପ୍ରାପ୍ତ ଅଗ୍ନିବୀର (ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ, ୨୦୨୪ […]

ଭୁବନେଶ୍ବର: ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅ/ସାବତ ଝିଅଙ୍କୁ ମିଳିବ ଚାକିରି । ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ଓଡ଼ିଶା ଅବସରପ୍ରାପ୍ତ ଅଗ୍ନିବୀର (ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ, ୨୦୨୪ ର ପ୍ରଣୟନ। ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ପୂରଣ ହେଉଥିବା ରାଜ୍ୟର ୟୁନିଫର୍ମ ସେବାରେ ଅବସର ପ୍ରାପ୍ତ ଅଗ୍ନିବୀରଙ୍କୁ ଯଥେଷ୍ଟ ନିଯୁକ୍ତି ସୁଯୋଗ ଦେବେ ରାଜ୍ୟ ସରକାର। ଅବସର ପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଦଶ ପ୍ରତିଶତ (୧୦%) ଆନୁଭୂମିକ ସଂରକ୍ଷଣ (Horizontal Reservation)ର ବ୍ୟବସ୍ଥା ରହିଛି । ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ (୧୦%) ସଂରକ୍ଷଣ ରହିବ ।ନି ର୍ଦ୍ଧାରିତ ବୟସ ସୀମାକୁ ତିନି (୦୩) ବର୍ଷ କୋହଳ କରାଯିବ। ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ ।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଓଡ଼ିଶା ବେସାମରିକ ସେବା (ପୁନର୍ବାସ ସହାୟତା) ନିୟମାବଳୀ, ୨୦୨୦ ର ସଂଶୋଧନ କରାଯାଇଛି। ଓଡିଶା ବେସାମରିକ ସେବା (ପୁନର୍ବାସ ସହାୟତା) ନିୟମାବଳୀ, ୨୦୨୦ ଅନୁଯାୟୀ, ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅ/ସାବତ ଝିଅଙ୍କୁ ମିଳିବ ଚାକିରି  ସରକାରୀ କର୍ମଚାରୀଙ୍କ ବିବାହିତ ଝିଅ ଏବଂ ସାବତ ପୁଅ ଝିଅଙ୍କ ପାଇଁ ନିଯୁକ୍ତିର ବ୍ୟବସ୍ଥା ନ ଥିଲା । ବର୍ତ୍ତମାନ ବିବାହିତ ଝିଅ ଏବଂ ସାବତ ଝିଅଙ୍କୁ ନିଯୁକ୍ତି ମିଳିବ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସେହପରି ଅଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର। ବନ୍ଦରର ୯୫ ଭାଗ ଅଦାନୀ ପାଖରେ ରହିବ ଏବଂ ୫ ପ୍ରତିଶତ ଭାଗ ଷ୍ଟିବିଡର ପାଖରେ ରହିବ। ଗୋପାଳପୁର ପୋର୍ଟ୍ ଲିମିଟେଡ ଏକ ସଂଗଠନ, ଯେଉଁଥିରେ ଓଡିଶା ଷ୍ଟିଭେଡୋରସ ଲିମିଟେଡ, ନୋବଲେ ଗ୍ରୁପ ଲିମିଟେଡ ଓ ସାରା ଇନ୍ଟରନ୍ୟାଶନାଲର ଯଥାକ୍ରମେ ୩୪, ୩୩ ଓ ୩୩ ପ୍ରତିଶତ ଅଂଶଧନ ଥାଇ ଗୋପାଳପୁର ବନ୍ଦରର ବିକାଶ କରିଥିଲେ। ୨୦୧୦ ଓ ୨୦୧୭ ଏହି ବନ୍ଦରର ଅଂଶଧନ ପରିବର୍ତ୍ତନ ହୋଇଥିଲା । ବର୍ତ୍ତମାନ ଏହି ଗୋପାଳପୁର ବନ୍ଦର ୧୧.୪୩ ମିଲିୟନ ମେଟ୍ରିକ ଟନ ପଣ୍ୟ ପରିବହନ କରୁଅଛି ଏବଂ ଏହାର ମୋଟ ଆୟରୁ ୭.୫ ପ୍ରତିଶତ ରାଜ୍ୟ ସରକାରଙ୍କୁ ରାଜସ୍ୱ ଅଂଶ ଭାବେ ପ୍ରଦାନ କରୁଅଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର