ଭୁବନେଶ୍ବର: ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅ/ସାବତ ଝିଅଙ୍କୁ ମିଳିବ ଚାକିରି । ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି।
ଓଡ଼ିଶା ଅବସରପ୍ରାପ୍ତ ଅଗ୍ନିବୀର (ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ, ୨୦୨୪ ର ପ୍ରଣୟନ। ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ପୂରଣ ହେଉଥିବା ରାଜ୍ୟର ୟୁନିଫର୍ମ ସେବାରେ ଅବସର ପ୍ରାପ୍ତ ଅଗ୍ନିବୀରଙ୍କୁ ଯଥେଷ୍ଟ ନିଯୁକ୍ତି ସୁଯୋଗ ଦେବେ ରାଜ୍ୟ ସରକାର। ଅବସର ପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଦଶ ପ୍ରତିଶତ (୧୦%) ଆନୁଭୂମିକ ସଂରକ୍ଷଣ (Horizontal Reservation)ର ବ୍ୟବସ୍ଥା ରହିଛି । ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ (୧୦%) ସଂରକ୍ଷଣ ରହିବ ।ନି ର୍ଦ୍ଧାରିତ ବୟସ ସୀମାକୁ ତିନି (୦୩) ବର୍ଷ କୋହଳ କରାଯିବ। ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ ।
ଓଡ଼ିଶା ବେସାମରିକ ସେବା (ପୁନର୍ବାସ ସହାୟତା) ନିୟମାବଳୀ, ୨୦୨୦ ର ସଂଶୋଧନ କରାଯାଇଛି। ଓଡିଶା ବେସାମରିକ ସେବା (ପୁନର୍ବାସ ସହାୟତା) ନିୟମାବଳୀ, ୨୦୨୦ ଅନୁଯାୟୀ, ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ବାପାମା’ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ/ ସାବତ ଝିଅଙ୍କୁ ମିଳିବ ଚାକିରି । ଥଇଥାନ ଯୋଜନାରେ ବିବାହିତ ଝିଅ/ସାବତ ଝିଅଙ୍କୁ ମିଳିବ ଚାକିରି ସରକାରୀ କର୍ମଚାରୀଙ୍କ ବିବାହିତ ଝିଅ ଏବଂ ସାବତ ପୁଅ ଝିଅଙ୍କ ପାଇଁ ନିଯୁକ୍ତିର ବ୍ୟବସ୍ଥା ନ ଥିଲା । ବର୍ତ୍ତମାନ ବିବାହିତ ଝିଅ ଏବଂ ସାବତ ଝିଅଙ୍କୁ ନିଯୁକ୍ତି ମିଳିବ।
ସେହପରି ଅଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର। ବନ୍ଦରର ୯୫ ଭାଗ ଅଦାନୀ ପାଖରେ ରହିବ ଏବଂ ୫ ପ୍ରତିଶତ ଭାଗ ଷ୍ଟିବିଡର ପାଖରେ ରହିବ। ଗୋପାଳପୁର ପୋର୍ଟ୍ ଲିମିଟେଡ ଏକ ସଂଗଠନ, ଯେଉଁଥିରେ ଓଡିଶା ଷ୍ଟିଭେଡୋରସ ଲିମିଟେଡ, ନୋବଲେ ଗ୍ରୁପ ଲିମିଟେଡ ଓ ସାରା ଇନ୍ଟରନ୍ୟାଶନାଲର ଯଥାକ୍ରମେ ୩୪, ୩୩ ଓ ୩୩ ପ୍ରତିଶତ ଅଂଶଧନ ଥାଇ ଗୋପାଳପୁର ବନ୍ଦରର ବିକାଶ କରିଥିଲେ। ୨୦୧୦ ଓ ୨୦୧୭ ଏହି ବନ୍ଦରର ଅଂଶଧନ ପରିବର୍ତ୍ତନ ହୋଇଥିଲା । ବର୍ତ୍ତମାନ ଏହି ଗୋପାଳପୁର ବନ୍ଦର ୧୧.୪୩ ମିଲିୟନ ମେଟ୍ରିକ ଟନ ପଣ୍ୟ ପରିବହନ କରୁଅଛି ଏବଂ ଏହାର ମୋଟ ଆୟରୁ ୭.୫ ପ୍ରତିଶତ ରାଜ୍ୟ ସରକାରଙ୍କୁ ରାଜସ୍ୱ ଅଂଶ ଭାବେ ପ୍ରଦାନ କରୁଅଛି।