ରାଜ୍ୟ କ୍ୟାବିନେଟ ବୈଠକରେ ୩ ପ୍ରସ୍ତାବ ଉପରେ ବାଜିଲା ମୋହର

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି-

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

୧. ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ (OSWAS) ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି। ସମଗ୍ର ଦେଶରେ digital workflow systemର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ ଓସ୍ୱାସ୍‌ର ସ୍ୱତନ୍ତ୍ର ଖ୍ୟାତି ରହିଛି। ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

୨. ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା। ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି।

୩. ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ( ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ।

24 Nov 2023 By The Sakala

ରାଜ୍ୟ କ୍ୟାବିନେଟ ବୈଠକରେ ୩ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।

କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି-

୧. ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ (OSWAS) ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି। ସମଗ୍ର ଦେଶରେ digital workflow systemର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ ଓସ୍ୱାସ୍‌ର ସ୍ୱତନ୍ତ୍ର ଖ୍ୟାତି ରହିଛି। ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ।

୨. ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା। ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି।

୩. ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ( ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର