‘ବ୍ରାଇଡାଲ୍‌ ମେକ୍‌-ଅପ୍‌‌’ ତାଲିମ୍‌ ନେଲେ ୩୦ ଏସ୍‌‌ଏଚ୍‌‌ଜି ମା’

The Sakala Picture
Published On

ଭୁବନେଶ୍ୱର: ବର୍ତ୍ତମାନ ବ୍ୟୁଟି, ମେକ୍‌‌ଅପ୍‌‌ ଓ ଫେସିଆଲ ଆଦି ସେବା କ୍ଷେତ୍ରର ଚାହିଦା ବଢ଼ୁଛି। ତେଣୁ ଏ ଦିଗରେ ଏସ୍‌‌ଏଚ୍‌‌ଜି ମା’ମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ରୋଜଗାରର ନୂଆ ବାଟ ସୃଷ୍ଟି କରାଯାଉଛି। ମିଶନ ଶକ୍ତି ବିଭାଗର ସହଭାଗିତାରେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ‘ଓଡ଼ିଆ ବ୍ରାଇଡାଲ ମେକଅପ୍‌‌’ ପାଠ୍ୟକ୍ରମରେ ସେମାନଙ୍କୁ ମାଗଣା ତାଲିମ ଦିଆଯାଉଛି। ଏହି କାର୍ଯ୍ୟକ୍ରମ ଅଧୀନରେ ଦ୍ୱିତୀୟ ବ୍ୟାଚ୍‌‌ରେ ରାଜ୍ୟର ୩୦ ଜଣ ଏସ୍‌‌ଏଚ୍‌‌ଜି ମା’ ତାଲିମ ଶେଷ କରି ବାହାରିଛନ୍ତି। […]

ଭୁବନେଶ୍ୱର: ବର୍ତ୍ତମାନ ବ୍ୟୁଟି, ମେକ୍‌‌ଅପ୍‌‌ ଓ ଫେସିଆଲ ଆଦି ସେବା କ୍ଷେତ୍ରର ଚାହିଦା ବଢ଼ୁଛି। ତେଣୁ ଏ ଦିଗରେ ଏସ୍‌‌ଏଚ୍‌‌ଜି ମା’ମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ରୋଜଗାରର ନୂଆ ବାଟ ସୃଷ୍ଟି କରାଯାଉଛି। ମିଶନ ଶକ୍ତି ବିଭାଗର ସହଭାଗିତାରେ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ‘ଓଡ଼ିଆ ବ୍ରାଇଡାଲ ମେକଅପ୍‌‌’ ପାଠ୍ୟକ୍ରମରେ ସେମାନଙ୍କୁ ମାଗଣା ତାଲିମ ଦିଆଯାଉଛି। ଏହି କାର୍ଯ୍ୟକ୍ରମ ଅଧୀନରେ ଦ୍ୱିତୀୟ ବ୍ୟାଚ୍‌‌ରେ ରାଜ୍ୟର ୩୦ ଜଣ ଏସ୍‌‌ଏଚ୍‌‌ଜି ମା’ ତାଲିମ ଶେଷ କରି ବାହାରିଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍‌‌ ସର୍ଭିସେସ୍‌‌’ ବିଭାଗରେ ଏସ୍‌‌ଏଚ୍‌‌ଜି ମହିଳାଙ୍କ ଲାଗି ଏହି ସ୍ୱତନ୍ତ୍ର ତାଲିମ ପାଠ୍ୟକ୍ରମ କରାଯାଇଥିଲା। ଏଥିରେ ୮ଟି ଜିଲ୍ଲାର ୩୦ ଜଣ ମହିଳା ଯୋଗ ଦେଇଥିଲେ। ୩ ସପ୍ତାହ ଧରି ଚାଲିଥିବା ଏହି ଆଧୁନିକ ତାଲିମ ମାଧ୍ୟମରେ ସେମାନେ ବେସିକ୍‌‌ ଫେସିଆଲ, ବ୍ରାଇଡାଲ ମେକ୍‌‌ଅପ୍‌‌, ହେୟାର କଟିଂ, ପ୍ୟାଡିକିୟୋର, ମ୍ୟାନିକିୟୋର, ସାମ୍ପୋଇଙ୍ଗ୍‌‌, ହେଡ୍‌‌ ମସାଜ୍‌‌ ଏବଂ ଥ୍ରେଡିଂ ଆଦି ଉପରେ ପ୍ରଶିକ୍ଷଣ ନେଇଥିଲେ। ତାଲିମ ଶେଷରେ ଏହି ଏସ୍‌‌ଏଚ୍‌‌ଜି ମା’ମାନଙ୍କୁ ପ୍ରମାଣପତ୍ର ଦେବା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରଠାର ଗୁରୁବାର ଦିନ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଯୋଗଦେଇ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ସେମାନଙ୍କୁ ସାର୍ଟିଫିକେଟ୍‌‌ ସହ ମେକ୍‌‌ଅପ୍‌‌ କିଟ୍‌‌ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଏସ୍‌‌ଏଚ୍‌‌ଜି ମା’ଙ୍କୁ ନେଇ ଏକ ରାମ୍ପ ସୋ’ ଆୟୋଜନ କରାଯାଇଥିଲା। ତେବେ ମହିଳାମାନଙ୍କୁ ଏହି ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏସ୍‌‌ଏଚଜି ମା’ମାନେ ଅଶେଷ ଧନ୍ୟବାଦ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

କାର୍ଯ୍ୟକ୍ରମ ଶେଷ ହେବା ପରେ ମା’ମାନେ ମିଶନ ଶକ୍ତି ଭବନରେ ବିଭାଗୀୟ ସଚିବ ସୁଜାତା ରାଉତ କାର୍ତ୍ତିକେୟନ୍‌‌ଙ୍କୁ ସାକ୍ଷାତ କରିଥିଲେ। ଏହି ଅବସରରେ ଶ୍ରୀମତୀ କାର୍ତ୍ତିକେୟନ୍‌‌ ଓଡ଼ିଆ ବ୍ରାଇଡାଲ ମେକଅପ୍‌‌ ପାଠ୍ୟକ୍ରମ ଶେଷ କରିଥିବା ଏସ୍‌‌ଏଚ୍‌‌ଜି ମା’ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏସ୍‌‌ଏଚ୍‌‌ଜିଙ୍କୁ ଏସ୍‌‌ଏମ୍‌‌ଇରେ ପରିଣତ କରିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଏହାଦ୍ୱାରା ମହିଳାମାନେ ନିଜେ ରୋଜଗାରକ୍ଷମ ହେବା ସହ ଅନ୍ୟମାନଙ୍କୁ ମଧ୍ୟ ରୋଜଗାର ଦେଇପାରିବେ। ଫଳରେ ସେମାନେ ଆର୍ଥିକ ଓ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହୋଇପାରିବେ। ତେଣୁ ଏସ୍‌‌ଏଚଜି ମହିଳାଙ୍କୁ ବିଭିନ୍ନ ବିଷୟରେ ଉନ୍ନତମାନର ତାଲିମ ଦେଇ ସେମାନଙ୍କ ଦକ୍ଷତା ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଓଡ଼ିଆ ବ୍ରାଇଡାଲ ମେକ୍‌‌ଅପ୍‌‌ରେ ତାଲିମ ନେଇଥିବା ମହିଳାମାନେ ଆଗାମୀ ଦିନରେ ତାଙ୍କ ଲକ୍ଷ୍ୟସ୍ଥଳରେ ପହଞ୍ଚି ପାରିବେ ବୋଲି ଶ୍ରୀମତୀ କାର୍ତ୍ତିକେୟନ କହିଥିଲେ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଏସ୍‌ଏଚ୍‌ଜି ମା’ମାନଙ୍କ ମାଗଣାରେ ରହିବା, ଖାଇବା ବ୍ୟବସ୍ଥା ଓ ଯାତାୟାତ ସୁବିଧା କରାଯାଇଥିଲା। ସାର୍ଟିଫିକେଟ୍‌‌ ପ୍ରଦାନ କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ତଥା ବିଭାଗୀୟ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ, ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ଏବଂ ସ୍କୁଲ ଅଫ୍‌‌ ସର୍ଭିସେସର ନିର୍ଦ୍ଦେଶକ ସୁଗୁଣା ଶ୍ରୀନିବାସନ ପ୍ରମୁଖ ଯୋଗ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର