୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା : ପ୍ରଯୋଜକ ଘନଶ୍ୟାମ ମହାପାତ୍ରଙ୍କୁ ଜୟଦେବ ପୁରସ୍କାର, ‘କାଲିର ଅତୀତ’ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ମନୋନୀତ

The Sakala Picture
Published On

ଭୁବନେଶ୍ୱର: ୩୧ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ତଥା ୮ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି । ଯେଉଁଥିରେ ୨୭ଟି ବିଭାଗରେ ଚଳଚ୍ଚିତ୍ର ପୁରସ୍କାର ଦିଆଯିବା ସହିତ ୨୦ଟି ବିଭାଗରେ ଟେଲି ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ, ପ୍ରଯୋଜକ ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର । ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା । […]

ଭୁବନେଶ୍ୱର: ୩୧ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ତଥା ୮ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି । ଯେଉଁଥିରେ ୨୭ଟି ବିଭାଗରେ ଚଳଚ୍ଚିତ୍ର ପୁରସ୍କାର ଦିଆଯିବା ସହିତ ୨୦ଟି ବିଭାଗରେ ଟେଲି ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ, ପ୍ରଯୋଜକ ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର । ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା । ଟେଲି ଫିଲ୍ମ ‘କାଳିଆ କରୁଛି ଲୀଳା’ ଶ୍ରେଷ୍ଠ ଟେଲିଫିଲ୍ମ ପୁରସ୍କାର ପାଇବ । ସେହିପରି ସରଗମ ଶ୍ରେଷ୍ଠ ଟେଲି ସିରିଏଲ ପାଇବ । ସରଗମ ଟେଲି ଫିଲ୍ମ ପାଇଁ ଚଣ୍ଡୀ ପରିଜା ପାଇବେ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

କାଳିଆ କରୁଛି ଲୀଳା ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ ଦେବାଶିଷ ପାତ୍ର । ସେହିପରି ରଙ୍ଗିଲା ବୋହୂ ପାଇଁ ଲିପସା ମିଶ୍ର ପାଇବେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର । କାଳିଆ କରୁଛି ଲୀଳା ପାଇଁ ଶ୍ରେଷ୍ଠ ପାର୍ଶ୍ବ ଅଭିନେତା ପୁରସ୍କାର ପାଇବେ ଜୀବନ ପଣ୍ଡା । ରଙ୍ଗିଲା ବୋହୂ ପାଇଁ ମଧୁସ୍ମିତା ପ୍ରଧାନ ପାଇବେ ଶ୍ରେଷ୍ଠ ପାର୍ଶ୍ବ ଅଭିନେତ୍ରୀ ପୁରସ୍କାର । ସରଗମ ପାଇଁ ଶ୍ରେଷ୍ଠ ଖଳ ଅଭିନେତା ପୁରସ୍କାର ପାଇବେ ସୁରେଶ ମିଶ୍ର, ସେହିପରି ରଙ୍ଗିଲା ବୋହୂ ପାଇଁ ଶ୍ରେଷ୍ଠ ଖଳ ଅଭିନେତ୍ରୀ ପାଇବେ ଉଷଶୀ ମିଶ୍ର । ଶ୍ରେଷ୍ଠ ହାସ୍ୟକଳାକାର ଭାବେ ବିବେଚିତ ହୋଇଛନ୍ତି ଶଙ୍କର ପ୍ରଧାନ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ପ୍ରଯୋଜକ ନୀଳମାଧବ ପଣ୍ଡାଙ୍କ କାଲିର ଅତୀତ ଶ୍ରେଷ୍ଠ ଚଳିଚିତ୍ର ଭାବେ ମନୋନୀତ ହୋଇଛି । ଏହି ଫିଲ୍ମ ପାଇଁ ନୀଳମାଧବ ପଣ୍ଡା ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇବେ । ଫିଲ୍ମ ଖୁସି ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ ସରୋଜ ପରିଡ଼ା । ଅଭିନେତ୍ରୀ କାବ୍ୟା କିରଣ ପାଇବେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର । ଶଲା ବୁଢାର ବଦଲା ପାଇଁ କପିଳେଶ୍ବର ପ୍ରସାଦ ମହାପାତ୍ର ପାଇବେ ଶ୍ରେଷ୍ଠ କାହାଣୀ ପୁରସ୍କାର । ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶନା ପାଇଁ ବାଳକୃଷ୍ଣ ସମ୍ମାନ ପାଇବେ ବୈଦ୍ୟନାଥ ଦାସ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ସେହିପରି ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ବିବେଚିତ ହୋଇଛନ୍ତି ସ୍ବୟମ ପାଢୀ । ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟିକା ପୁରସ୍କାର ପାଇବେ ଦୀପ୍ତିରେଖା ପାଢୀ । ଓଡ଼ିଶା ପ୍ରାନ୍ତରୀୟ ଭାଷାରେ ପ୍ରସ୍ତୁତ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି ଝରନ୍ । ଦିବଂଗତ ଅଭିନେତା ଅଟଳବିହାରୀ ପଣ୍ଡାଙ୍କୁ ମରୋଣତ୍ତର ଭାବେ ଶ୍ରେଷ୍ଠ ସଂଳାପ ଲେଖକ ପୁରସ୍କାର ମିଳିବ । ସେହିପରି ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର କ୍ୟାଟେଗୋରୀରେ ଶ୍ରୀକ୍ଷେତ୍ରରୁ ସାହିଯାତ ପାଇଁ ଶ୍ରେଷ୍ଠ ପ୍ରଯୋଜକ ପୁରସ୍କାର ପାଇବେ ଆଶୁତୋଷ ପଟ୍ଟନାୟକ । ଚଳଚ୍ଚିତ୍ର ରସଗୋଲା ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ବିବେଚିତ ହୋଇଛନ୍ତି ସ୍ବରାଜ ମିଶ୍ର । ରାଜ୍ୟ ସଂସ୍କୃତି ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ।

05 Nov 2021 By The Sakala

୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା : ପ୍ରଯୋଜକ ଘନଶ୍ୟାମ ମହାପାତ୍ରଙ୍କୁ ଜୟଦେବ ପୁରସ୍କାର, ‘କାଲିର ଅତୀତ’ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ମନୋନୀତ

ଭୁବନେଶ୍ୱର: ୩୧ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ତଥା ୮ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି । ଯେଉଁଥିରେ ୨୭ଟି ବିଭାଗରେ ଚଳଚ୍ଚିତ୍ର ପୁରସ୍କାର ଦିଆଯିବା ସହିତ ୨୦ଟି ବିଭାଗରେ ଟେଲି ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ, ପ୍ରଯୋଜକ ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର । ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା । ଟେଲି ଫିଲ୍ମ ‘କାଳିଆ କରୁଛି ଲୀଳା’ ଶ୍ରେଷ୍ଠ ଟେଲିଫିଲ୍ମ ପୁରସ୍କାର ପାଇବ । ସେହିପରି ସରଗମ ଶ୍ରେଷ୍ଠ ଟେଲି ସିରିଏଲ ପାଇବ । ସରଗମ ଟେଲି ଫିଲ୍ମ ପାଇଁ ଚଣ୍ଡୀ ପରିଜା ପାଇବେ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ।

କାଳିଆ କରୁଛି ଲୀଳା ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ ଦେବାଶିଷ ପାତ୍ର । ସେହିପରି ରଙ୍ଗିଲା ବୋହୂ ପାଇଁ ଲିପସା ମିଶ୍ର ପାଇବେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର । କାଳିଆ କରୁଛି ଲୀଳା ପାଇଁ ଶ୍ରେଷ୍ଠ ପାର୍ଶ୍ବ ଅଭିନେତା ପୁରସ୍କାର ପାଇବେ ଜୀବନ ପଣ୍ଡା । ରଙ୍ଗିଲା ବୋହୂ ପାଇଁ ମଧୁସ୍ମିତା ପ୍ରଧାନ ପାଇବେ ଶ୍ରେଷ୍ଠ ପାର୍ଶ୍ବ ଅଭିନେତ୍ରୀ ପୁରସ୍କାର । ସରଗମ ପାଇଁ ଶ୍ରେଷ୍ଠ ଖଳ ଅଭିନେତା ପୁରସ୍କାର ପାଇବେ ସୁରେଶ ମିଶ୍ର, ସେହିପରି ରଙ୍ଗିଲା ବୋହୂ ପାଇଁ ଶ୍ରେଷ୍ଠ ଖଳ ଅଭିନେତ୍ରୀ ପାଇବେ ଉଷଶୀ ମିଶ୍ର । ଶ୍ରେଷ୍ଠ ହାସ୍ୟକଳାକାର ଭାବେ ବିବେଚିତ ହୋଇଛନ୍ତି ଶଙ୍କର ପ୍ରଧାନ ।

ପ୍ରଯୋଜକ ନୀଳମାଧବ ପଣ୍ଡାଙ୍କ କାଲିର ଅତୀତ ଶ୍ରେଷ୍ଠ ଚଳିଚିତ୍ର ଭାବେ ମନୋନୀତ ହୋଇଛି । ଏହି ଫିଲ୍ମ ପାଇଁ ନୀଳମାଧବ ପଣ୍ଡା ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇବେ । ଫିଲ୍ମ ଖୁସି ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ ସରୋଜ ପରିଡ଼ା । ଅଭିନେତ୍ରୀ କାବ୍ୟା କିରଣ ପାଇବେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର । ଶଲା ବୁଢାର ବଦଲା ପାଇଁ କପିଳେଶ୍ବର ପ୍ରସାଦ ମହାପାତ୍ର ପାଇବେ ଶ୍ରେଷ୍ଠ କାହାଣୀ ପୁରସ୍କାର । ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶନା ପାଇଁ ବାଳକୃଷ୍ଣ ସମ୍ମାନ ପାଇବେ ବୈଦ୍ୟନାଥ ଦାସ ।

ସେହିପରି ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ବିବେଚିତ ହୋଇଛନ୍ତି ସ୍ବୟମ ପାଢୀ । ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟିକା ପୁରସ୍କାର ପାଇବେ ଦୀପ୍ତିରେଖା ପାଢୀ । ଓଡ଼ିଶା ପ୍ରାନ୍ତରୀୟ ଭାଷାରେ ପ୍ରସ୍ତୁତ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି ଝରନ୍ । ଦିବଂଗତ ଅଭିନେତା ଅଟଳବିହାରୀ ପଣ୍ଡାଙ୍କୁ ମରୋଣତ୍ତର ଭାବେ ଶ୍ରେଷ୍ଠ ସଂଳାପ ଲେଖକ ପୁରସ୍କାର ମିଳିବ । ସେହିପରି ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର କ୍ୟାଟେଗୋରୀରେ ଶ୍ରୀକ୍ଷେତ୍ରରୁ ସାହିଯାତ ପାଇଁ ଶ୍ରେଷ୍ଠ ପ୍ରଯୋଜକ ପୁରସ୍କାର ପାଇବେ ଆଶୁତୋଷ ପଟ୍ଟନାୟକ । ଚଳଚ୍ଚିତ୍ର ରସଗୋଲା ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ବିବେଚିତ ହୋଇଛନ୍ତି ସ୍ବରାଜ ମିଶ୍ର । ରାଜ୍ୟ ସଂସ୍କୃତି ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ।

https://www.thesakala.in/latest-odisha-news/31st-state-film-awards-2019-announced/article-6623
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର