‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା, ଆଜି ୫ଟି ଜିଲ୍ଲାର ୩୨୫ ରୂପାନ୍ତରିତ ସ୍କୁଲର ହେବ ଲୋକାର୍ପଣ

ଭୁବନେଶ୍ୱର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା। ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲରେ ପିଲାଙ୍କୁ ଉନ୍ନତମାନର ସୂଚନା ଓ ପ୍ରଯୁକ୍ତିବିଦ୍ୟାର ଶିକ୍ଷା ଦେବାଲାଗି ପ୍ରସ୍ତୁତ ହେଉଛି ସୁଦୃଢ଼ ଭିତ୍ତିଭୂମି। ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର । 5T ସ୍କୁଲ ରୂପାନ୍ତରଣ ତୃତୀୟ […]

ଭୁବନେଶ୍ୱର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା। ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲରେ ପିଲାଙ୍କୁ ଉନ୍ନତମାନର ସୂଚନା ଓ ପ୍ରଯୁକ୍ତିବିଦ୍ୟାର ଶିକ୍ଷା ଦେବାଲାଗି ପ୍ରସ୍ତୁତ ହେଉଛି ସୁଦୃଢ଼ ଭିତ୍ତିଭୂମି। ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର । 5T ସ୍କୁଲ ରୂପାନ୍ତରଣ ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ଆଜି ୫ଟି ଜିଲ୍ଲାର ୩୨୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜର ସର୍ବାଧିକ ୧୦୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ହେବ । ସେହିପରି ନବରଙ୍ଗପୁରର ୭୮, ଖୋର୍ଦ୍ଧା ଓ ବରଗଡ଼ ଜିଲ୍ଲାର ୬୨ଟି ଲେଖାଏଁ ଏବଂ ବୌଦ୍ଧର ୨୩ଟି ସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

5T ହେଉଛି ଟେକ୍ନୋଲୋଜି, ଟିମ୍ ଓ୍ବାର୍କ, ଟ୍ରାନସ୍ପରେନ୍ସି, ଟ୍ରାନ୍ସଫରମେସନ୍ ଏବଂ ଟାଇମ । ଏସବୁର ପ୍ରୟୋଗ ଫଳରେ ରୂପାନ୍ତର ଆସିଥାଏ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଛାତ୍ରଛାତ୍ରୀଙ୍କ ସଫଳତା ହେଉଛି ଓଡିଶାର ସଫଳତା । 5T ସ୍କୁଲ ଗୁଡ଼ିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ ।

About The Author: The Sakala