ଉପକୃତ ହେବେ ଚାଷୀ: ପୁରୀ ଜିଲ୍ଲା ପାଇଁ ମୁଖ୍ଯମନ୍ତ୍ରୀଙ୍କ କାଳିଆ ସହାୟତା ରାଶି ଘୋଷଣା

The Sakala Picture
Published On

ଭୁବନେଶ୍ୱର: ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ କାଳିଆ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧, ୬୫, ୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ ‘କାଳିଆ’ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି । ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ […]

ଭୁବନେଶ୍ୱର: ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ କାଳିଆ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧, ୬୫, ୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ ‘କାଳିଆ’ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି । ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

03 Nov 2021 By The Sakala

ଉପକୃତ ହେବେ ଚାଷୀ: ପୁରୀ ଜିଲ୍ଲା ପାଇଁ ମୁଖ୍ଯମନ୍ତ୍ରୀଙ୍କ କାଳିଆ ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ କାଳିଆ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧, ୬୫, ୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ ‘କାଳିଆ’ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି । ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର