ଶିଶୁ ମାନଙ୍କ ପାଇଁ ପୁଲିସ ଥାନାରେ ରହିବ ପୁସ୍ତକ, ପତ୍ରପତ୍ରିକା ଓ ଖେଳନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୁଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୁଲିସ ଜିଲ୍ଲା ରହିଛି । ପ୍ରତ୍ୟେକ ପୁଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ […]

ଭୁବନେଶ୍ୱର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୁଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୁଲିସ ଜିଲ୍ଲା ରହିଛି । ପ୍ରତ୍ୟେକ ପୁଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭାରି ବର୍ଷା ପାଇଁ ବାରିପଦାରେ ଦବିଲା ରେଳ ଧାରଣା, ବାଙ୍ଗିରିପୋଷି-ରୁପସା ରେଳପଥରେ ରେଳଚଳାଚଳ ଠପ୍

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ୱତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି ।
ଏହିସବୁ ପୁଲିସ ଷ୍ଟେସନରେ ଶିଶୁମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯିବ । ଏହି ସବୁ ଥାନାରେ ସ୍ୱତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସମ୍ପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ । ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚଉକି ଓ ଟେବୁଲ ମଧ୍ୟ ରଖାଯିବ । ଏହାସହିତ ଶିଶୁମାନଙ୍କ ଅଧିକାର ସମ୍ପର୍କିତ ଫଳକ ଏବଂ ପୁଲିସ ‘କଣ କରିବେ ବା ନ କରିବେ’ ସେ ସମ୍ପର୍କରେ ମଧ୍ୟ ସୂଚନା ଫଳକ ରହିବ । ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସମ୍ପର୍କରେ ଏକ ସ୍ୱତନ୍ତ୍ର ଫଳକ ରହିବ । ଏହାସହିତ ପିଲାଙ୍କ ପାଇଁ ଖେଳନା, ଫାଷ୍ଟଏଡ୍ କିଟ୍ ମଧ୍ୟ ରଖାଯିବ । ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡ଼ିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ । ସାଧାରଣ ଥାନା ଗୁଡ଼ିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ୱାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି।

26 Oct 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର