ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ- ଆଇନ ମନ୍ତ୍ରୀ ପ୍ରତାପ ଜେନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠାପାଇଁ ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ। କମିଟିରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ […]

ଭୁବନେଶ୍ୱର: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠାପାଇଁ ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ। କମିଟିରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ୍ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠାପାଇଁ ଅନୁମୋଦନ କରିଥିବାବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛନ୍ତି । ଏଥି ମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋରୋ ଓ ଜଳେଶ୍ୱରରେ ଗୋଟିଏ କରି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ଠାରେ ରହିଛି ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟ(ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି । ଏଗୁଡିକ ନୟାଗଡ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡା ଏବଂ ସୋନପୁର ଜିଲ୍ଲାର ରାମପୁର ଠାରେ ହେବ । ୧୧ ଟି ସ୍ଥାନରେ ସିଭିଲ ଜଜ କୋର୍ଟ (ଜୁନିଅର ଡିଭିଜନ) ସ୍ଥାପନ ହେବ । ଏଗୁଡିକ ବଲାଙ୍ଗିର ଜିଲ୍ଲାର ତୁଷରା, ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ସୋରୋ, ସିମୁଳିଆ, ବାହାନାଗା ଏବଂ ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ ଜିଲ୍ଲାର ବାରକୋଟ, ଜଗତସିଂହପୁର ଜିଲ୍ଲାର ନାଉଗାଁ ଏବଂ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଏବଂ ଖଜୁରୀପଡାରେ ପ୍ରତିଷ୍ଠା ହେବ ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଏଥି ସହିତ ମିଟି ମଧ୍ୟ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର କରିଛନ୍ତି । ଏଗୁଡିକ ମଧ୍ୟରେ କଟକ ସଦର, ଭୁବନେଶ୍ୱର, ପୁରୀରେ ଦୁଇଟି, ବାଲେଶ୍ୱର ସଦର, ବଲାଙ୍ଗିର ସଦର, କେନ୍ଦ୍ରାପଡା ସଦର, ଜୟପୁର, ରାଉରକେଲା ଏବଂ ଗୋଟିଏ ଲିଭ୍ ରିଜର୍ଭ ଅଦାଲତ ହେବ ।
ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟ୍କୁକ ଅନୁମୋଦନ କରାଯାଇଛି । ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ (ସିନିଅର ଡିଭିଜନ) ପାଇଁ ୩.୬୦କୋଟି, ସିଭିଲ ଜଜ୍ (ଜୁନିଅର ଡିଭିଜନ) ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ୪ଟି ବାଣିଜ୍ୟିକ ଅଦାଲତ ଭୁବନେଶ୍ୱର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁର ଠାରେ ପ୍ରତିଷ୍ଠାକୁ ଅନୁମୋଦନ କରିଥିବାବେଳେ ନୟାଗଡ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍ କୋର୍ଟ (ସିନିଅର ଡିଭିଜନ) କୁ ଅନୁମୋଦନ କରାଯାଇଛି । ଓଡିଶା ହାଇକୋର୍ଟଙ୍କ ଅନୁମୋଦନ ପରେ ମଞ୍ଜୁରୀ ପାଇଥିବା ଏହି ଅଦାଲତ ପର୍ଯ୍ଯାୟ କ୍ରମେ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର