ରାଜ୍ୟରେ ଖୋଲିବ ୩୬ ନୂଆ ଥାନା: ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ପରିଚାଳନା ନିମନ୍ତେ ୫୬୩ ନୂଆ ପଦବୀ ସୃଷ୍ଟି

The Sakala Picture
Published On

ଭୁବନେଶ୍ୱର: ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୁଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା –  ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର […]

ଭୁବନେଶ୍ୱର: ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୁଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ବିରୂପା ନଦୀକୁ ଡେଇଁଲେ ଦମ୍ପତି, ସ୍ତ୍ରୀ ଉଦ୍ଧାର ଓ ସ୍ୱାମୀ ନିଖୋଜ

ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା –  ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଓ ଆଗଲପୁର, ବଉଦର ଘଣ୍ଟାପଡା, ଭୁବନେଶ୍ବର କମିଶନରେଟର ମୈତ୍ରୀ ବିହାର, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଓ ଭଦ୍ରେଶ୍ବର, ଦେବଗଡର ଲାଇମୁରା, ଢେଙ୍କାନାଳର ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡା ଓ କୋଟିନଡା, ଜଗତସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମବରଦା ଓ ଦଶରଥପୁର, ଝାରସୁଗୁଡାର ଏୟାରପୋର୍ଟ ପୋଲିସ ଷ୍ଟେସନ, କଳାହାଣ୍ଡିର କରଲାପାଟ, କଲାମପୁର, କେନ୍ଦ୍ରାପଡାର ପଟାମୁଣ୍ଡାଇ ଗ୍ରାମାଞ୍ଚଳ, କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି, ମାଲକାନଗିରିର ମାଲକାନଗିରି ସଦର କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନଗରଂଗପୁର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନାଗୁଡା, ସମ୍ବଲପୁରର ବରେଇପାଲି ଏବଂ ସୁବର୍ଣ୍ଣପୁରର ଲଚ୍ଛିପୁର ଥାନା ।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଚିନ୍ତା: ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ପାର୍, ସ୍ଥିତି ଉପରେ ସ୍ୱାସ୍ଥ୍ୟ ବିଭାଗର ନଜର

ଏ ସମସ୍ତ ନୂଆ ଥାନାଗୁଡିକ ବର୍ତ୍ତମାନ ଥିବା ଥାନାର ବିଭକ୍ତୀକରଣ ତଥା ଫାଣ୍ଡିଗୁଡିକର ଅପ୍-ଗ୍ରେଡେସନ୍ କରାଯାଇ ସୃଷ୍ଟି କରାଯାଇଛି । ଏହି ନୂତନ ଥାନା ଗୁଡିକ ନିମନ୍ତେ ଇନ୍ସପେକ୍ଟର ଠାରୁ ଆରମ୍ଭ କରି କନଷ୍ଟେବଳ ପର୍ଯ୍ୟନ୍ତ ବିଭିନ୍ନ ପାହ୍ୟାରେ ୫୬୩ଟି ନୂଆ ପଦବୀ ସୃଷ୍ଟି କରାଯାଇଛି।  ଏହି ନୂଆ ୩୬ଟି ଥାନା ପ୍ରତିଷ୍ଠା ହେଵା ଦ୍ବାରା ଜନସାଧାରଣଙ୍କୁ ଉତ୍ତମ ପୁଲିସ ସେବା ଯୋଗାଇ ଦେବା ଦିଗରେ ଓଡିଶା ପୁଲିସର ଉଦ୍ୟମ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା ସୁଧାର ଦାବିରେ ବିଧାନସଭା ଘେରଉ କରିବ ବିଜେଡି, ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର